ମୌଳିକ ସାକ୍ଷରତା ଓ ସଂଖ୍ୟାଜ୍ଞାନ କାର୍ଯ୍ୟକ୍ରମ

ପଦ୍ମପୁର, (ନିରୋଜ କୁମାର ପାଣୀ) : ଶିକ୍ଷା ସପ୍ତାହ ପାଳନ ଅବସରରେ ଆଜି ଦ୍ୱିତୀୟ ଦିବସରେ ପଦ୍ମପୁର ଉପଖଣ୍ଡ ପୁରେନା ପଞ୍ଚାୟତ ଉଚ୍ଚ ବିଦ୍ୟାଳୟ ପରିସର ମଧ୍ୟରେ ମୌଳିକ ସାକ୍ଷରତା ଓ ସଂଖ୍ୟାଜ୍ଞାନ କାର୍ଯ୍ୟକ୍ରମ ପାଳିତ ହୋଇଯାଇଛି । ଏହି ସଭାରେ ବିଦ୍ୟାଳୟର ପ୍ରଧାନ ଶିକ୍ଷକ ରେଣୁଧର ସାହୁ ସଭାପତିତ୍ୱ କରିଥିବା ବେଳେ ବରିଷ୍ଠ ଶିକ୍ଷକ ଅକ୍ଷୟ କୁମାର ବେହେରା, ପ୍ରମୋଦ ନାଥ, ଶ୍ରୀମତୀ ନନ୍ଦିନୀ ମିଶ୍ର, ଲେଖ୍ରୁ ବାରିକ ଓ ଚନ୍ଦ୍ରଭାନୁ ବଡଗୁଛିଆ ବିଭିନ୍ନ ବୋଧ ଉପରେ ଆଲୋଚନା କରିଥିଲେ । ସମସ୍ତ କାର୍ଯ୍ୟକ୍ରମରେ ସୁରେଶ ପଟେଲ ସହଯୋଗ କରିଥିଲେ ।

Leave A Reply

Your email address will not be published.