ସରକାରୀ ବାଳକ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ତୁଷୁରା ଠାରେ ସାଂସ୍କୃତିକ ଦିବସ ପାଳିତ

ତୁଷୁରା, (କେପିଏନ୍‌ଏସ୍‌) : ଶିକ୍ଷା ସପ୍ତାହର ଚତୁର୍ଥ ଦିବସରେ ସାଂସ୍କୃତିକ ଦିବସ ସରକାରୀ ବାଳକ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ତୁଷୁରା ଠାରେ ମହା ସମାରୋହରେ ପାଳିତ ହୋଇଯାଇଛି । ଏଥିରେ ମୁଖ୍ୟ ଅତିଥି ଭାବେ ବିଶିଷ୍ଟ ସମାଜସେବୀ ରାଧାରମଣ କେଡିଆ ଯୋଗଦେଇ ଦୀପ ପ୍ରଜ୍ୱଳନ କରି କାର୍ଯ୍ୟକ୍ରମର ଶୁଭ ଉଦ୍‌ଘାଟନ କରିଥିବା ବେଳେ ସମ୍ମାନିତ ଅତିଥି ଭାବେ ଊଷା କେଡିଆ, ସନ୍ତୋଷ କେଡିଆ ଓ ଆଦିତ୍ୟ ବଂଶଲ ଯୋଗ ଦେଇଥିଲେ । ପ୍ରଧାନ ଶିକ୍ଷକ ହେମନ୍ତ କୁମାର ଦାଶ କାର୍ଯ୍ୟକ୍ରମ ପରିଚାଳନା କରିଥିଲେ । ଏଥିରେ ମୋଟ ୨୦ଟି ସାଂସ୍କୃତିକ ଦଳ ଅଂଶ ଗ୍ରହଣ କରିଥିଲେ । ସହକାରୀ ଶିକ୍ଷୟିତ୍ରୀ ରଞ୍ଜିତା ନାଗ, ବିନ୍ଦୁ ମହାଣା ସହଯୋଗ କରିଥିଲେ ଓ ଶେଷରେ ପ୍ରଶାନ୍ତି ଦାସ ଧନ୍ୟବାଦ ଅର୍ପଣ କରିଥିଲେ ।

Leave A Reply

Your email address will not be published.