ଆସନ୍ତା ୩୧ ଯାଏଁ ପ୍ରବଳ ବର୍ଷା : ୫ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ

ଭୁବନେଶ୍ୱର : ଆସନ୍ତା ୩୧ ତାରିଖ ଯାଏଁ ଛେଚିବ ବର୍ଷା । ସୃଷ୍ଟି ହୋଇଥିବା ଲଘୁଚାପ କ୍ଷେତ୍ର ଯୋଗୁଁ ରାଜ୍ୟରେ ପ୍ରବଳ ବର୍ଷାର ସମ୍ଭାବନା ଥିବା କହିଛି ପାଣିପାଗ ବିଭାଗ । ସମ୍ଭାବ୍ୟ ବର୍ଷାକୁ ଦେଖି ଆଜି ପାଇଁ ରାଜ୍ୟର ୫ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ୫ଟି ଜିଲ୍ଲା ହେଲା ବରଗଡ଼, ଝାରସୁଗୁଡ଼ା, ସୁନ୍ଦରଗଡ଼, ନୂଆପଡ଼ା ଓ ନବରଙ୍ଗପୁର । ବର୍ଷା ଯୋଗୁଁ ତଳିଆ ଅଞ୍ଚଳରେ ପାଣି ଜମିବା ଆଶଙ୍କା ରହିଛି ବୋଲି ପାଣିପାଗ ବିଭାଗ ସୂଚନା ଦେଇଛି ।

Leave A Reply

Your email address will not be published.