oom

ଛତ୍ରପୁର ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିରରେ ଜ୍ଞାନ-ବିଜ୍ଞାନ ମେଳା ଅନୁଷ୍ଠିତ

jsmm

ବ୍ରହ୍ମପୁର, (କେ. ସତ୍ୟନାରାୟଣ ରେଡ୍ଡୀ) : ଛତ୍ରପୁର ସ୍ଥିତ ଶ୍ରୀରାମନଗର ଠାରେ ଅବସ୍ଥିତ ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିରରେ ବିଦ୍ୟାଳୟସ୍ତରୀୟ ଜ୍ଞାନ-ବିଜ୍ଞାନ ମେଳା ଶନିବାର ଅନୁଷ୍ଠିତ ହୋଇଯାଇଛି । ଉକ୍ତ କାର୍ଯ୍ୟକ୍ରମର ଉଦ୍‌ଘାଟନ ଉତ୍ସବରେ ମୁଖ୍ୟ ଅତିଥି ରୂପେ ଛତ୍ରପୁର ବିଜ୍ଞାନ ମହାବିଦ୍ୟାଳୟର ଅଧ୍ୟକ୍ଷ ଡ. ଅଜୟ କୁମାର ତ୍ରିପାଠୀ ମୁଖ୍ୟଅତିଥି ରୂପେ ଯୋଗଦେଇ ଏହାକୁ ଆନୁଷ୍ଠାନିକ ଭାବେ ଉଦ୍‌ଘାଟନ କରିଥିଲେ ଏବଂ ଶିଶୁମାନଙ୍କ ବୈଜ୍ଞାନିକ ମନୋବୃତ୍ତିର ବିକାଶ ଦ୍ୱାରା ଦେଶର ବିକାଶ ସମ୍ଭବ ହୋଇପାରିବ ବୋଲି ସୂଚାଇଥିଲେ । ସେହିପରି ବିଦ୍ୟାଳୟର ପୂର୍ବତନ ଛାତ୍ରୀ ବୈଜ୍ଞାନିକ ଅନୁସନ୍ଧାନୀ ଦେବୀସ୍ମିତା ପଣ୍ଡାଙ୍କୁ ଏହି କାର୍ଯ୍ୟକ୍ରମରେ ଉପଢୌକନ ଦେଇ ସମ୍ମାନିତ କରାଯାଇଥିଲା । ପ୍ରଧାନାଚାର୍ଯ୍ୟ ରବୀନ୍ଦ୍ର ନାଥ ଦାଶ ଉପସ୍ଥିତ ଅତିଥିମାନଙ୍କ ପରିଚୟ ପ୍ରଦାନ ସହିତ ସ୍ୱାଗତ ଭାଷଣ ପ୍ରଦାନ କରିଥିଲେ । ବିଦ୍ୟାଳୟର ସମ୍ପାଦକ ପଦ୍ମଚରଣ ସାହୁ ମଞ୍ଚାସୀନ ଅତିଥିବୃନ୍ଦଙ୍କୁ ଉପଢ଼ୌକନ ଦେଇ ସମ୍ବର୍ଦ୍ଧିତ କରିଥିଲେ । ଅନୁଷ୍ଠାନର ଅଧ୍ୟକ୍ଷ ଉପେନ୍ଦ୍ର ମହାନ୍ତି ଆନୁଷ୍ଠାନିକ ସଭା କାର୍ଯ୍ୟକ୍ରମରେ ଅଧ୍ୟକ୍ଷତା କରିଥିଲେ । ଉପ-ସଭାପତି ଶ୍ରୀମତୀ ଗୀତା ପାଢୀ ଧନ୍ୟବାଦ ଅର୍ପଣ କରିଥିଲେ । ଉକ୍ତ କାର୍ଯ୍ୟକ୍ରମରେ ମୋଟ୍‌ ୪୨୭ ଜଣ ଶିଶୁ ଭାଗ ନେଇଥିଲେ । ବିଜ୍ଞାନ ମେଳାର ବିଚାରକ ରୂପେ ଜଗନ୍ନାଥ ପଣ୍ଡା, ଗଣେଶ ପଟ୍ଟନାୟକ, ଶିକ୍ଷାବିତ୍ ରଜନୀକାନ୍ତ ପଟ୍ଟନାୟକ, ସୂର୍ଯ୍ୟନାରାୟଣ ଦାଶ ପ୍ରମୁଖ ଯୋଗଦେଇ ସକ୍ରିୟ ଅଂଶଗ୍ରହଣ କରିଥିଲେ ।

jittmm
Leave A Reply

Your email address will not be published.