- ବିଭିନ୍ନ ୯୦ ଗୋଟି ଅଭିଯୋଗ ଦରଖାସ୍ତ ଗ୍ରହଣ
ସୁବର୍ଣ୍ଣପୁର, (କେପିଏନ୍ଏସ୍) : ସୁବର୍ଣ୍ଣପୁର ଜିଲ୍ଲା ଡୁଙ୍ଗୁରିପାଲି ବ୍ଲକ ସ୍ତରୀୟ ମିଳିତ ଯୁଗ୍ମ ଜନ ଶୁଣାଣି ଶିବିର ବ୍ଲକ ସମ୍ମିଳନୀ କକ୍ଷ ଠାରେ ଅନୁଷ୍ଠିତ ହୋଇଯାଇଛି । ଜିଲ୍ଲାପାଳ ଶ୍ରୀମତୀ ଅନ୍ୟା ଦାସ ଓ ଅତିରିକ୍ତ ଆରକ୍ଷୀ ଅଧିକ୍ଷକ ବୀରେନ୍ଦ୍ର କୁମାର ନାୟକ ଯୁଗ୍ମ ଜନଶୁଣାଣି ଶିବିରରେ ଯୋଗଦାନ କରି ଜନସାଧାରଣଙ୍କ ବିଭିନ୍ନ ଆପତ୍ତି ଓ ସମସ୍ୟା ନିହିତ ୯୦ ଗୋଟି ପଞ୍ଜିକୃତ ଅଭିଯୋଗ ଦରଖାସ୍ତ ଗ୍ରହଣ କରିଥିଲେ । ତନ୍ମଧ୍ୟରେ ବ୍ୟକ୍ତିଗତ ଦରଖାସ୍ତ ୮୨ ଗୋଟି ଗ୍ରହଣ କରାଯାଇଥିବା ବେଳେ ୮ ଗୋଟି ସାମୁହିକ ଦରଖାସ୍ତ ଗ୍ରହଣ କରାଯାଇଛି । ଦରଖାସ୍ତ ଗୁଡିକୁ ନିର୍ଦ୍ଧିଷ୍ଟ ସମୟ ମଧ୍ୟରେ ସମାଧାନ କରିବା ପାଇଁ ସମ୍ପୃକ୍ତ ବିଭିନ୍ନ ବିଭାଗର ବିଭାଗୀୟ ଅଧିକାରୀଙ୍କୁ ପ୍ରଦାନ କରାଯାଇଛି । ବିଡିଓ ଡୁଙ୍ଗୁରିପାଲି ବିପିନ ବିହାରୀ ଦୀପଙ୍କ ତତ୍ୱାବଧାନରେ ଅନୁଷ୍ଠିତ ଯୁଗ୍ମ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମରେ ଜିଲ୍ଲାପରିଷଦ ଅଧ୍ୟକ୍ଷା ସୁପାର ଠେଲା, ପଞ୍ଚାୟତ ସମିତି ଅଧ୍ୟକ୍ଷା ଅହଲ୍ୟା ସାହୁଙ୍କ ସମେତ ଜିଲ୍ଲା ସ୍ତରରୁ ଜିଲ୍ଲା ମୁଖ୍ୟ ଉନ୍ନୟନ ଅଧିକାରୀ ଜିଲ୍ଲା ପରିଷଦ ଅଶ୍ୱିନୀ କୁମାର ମେହେର, ଉପଜିଲ୍ଲାପାଳ ସୋନପୁର ସୂରଜ କୁମାର ପଟ୍ଟନାୟକ, ଅଧିକ୍ଷଣ ଯନ୍ତ୍ରୀ ଇଂ ଦାମୋଦର କୈବର୍ତ୍ତ, ଜିଲ୍ଳା ମୁଖ୍ୟ ଯୋଗାଣ ଅଧିକାରୀ ସୁରେଶ ପାଣିଗ୍ରାହୀ, ଜିଲ୍ଲା ପଞ୍ଚାୟତ ଅଧିକାରୀ ଅର୍ଜୁନ ଚରଣ ମାଝୀ, ଜିଲ୍ଲା ସୂଚନା ଓ ଲୋକ ସମ୍ପର୍କ ଅଧିକାରୀ ଅଶ୍ୱିନୀ କୁମାର ଭୋଇ, ଜିଲ୍ଲା ସଂସ୍କୃତି ଅଧିକାରୀ ଯମୁନା ପ୍ରଧାନ, ଜିଲ୍ଲା ମଙ୍ଗଳ ଅଧିକାରୀ ଅଚ୍ୟୁତାନନ୍ଦ ସିଂ, ଜିଲ୍ଲା ସାମାଜିକ ସୁରକ୍ଷା ଅଧିକାରୀ ଗୋବିନ୍ଦ ବଲ୍ଲଭ ଷଡ଼ଙ୍ଗୀ, ଜିଲ୍ଲା ଶିକ୍ଷା ଅଧିକାରୀ ଲକ୍ଷ୍ମଣ ଭୋଇ, ଜିଲ୍ଲା କ୍ରୀଡା ଅଧିକାରୀ ଚିତ୍ତରଞ୍ଜନ ମିଶ୍ର, ଜିଲ୍ଲା ଶ୍ରମ ଅଧିକାରୀ ସବିତା କୁମାରୀ ନାୟକ, ଜିଲ୍ଲା ମତ୍ସ୍ୟ ଅଧିକାରୀ ପ୍ରସନ୍ନ କୁମାର ପଟ୍ଟନାୟକ, ନିର୍ବାହୀ ଯନ୍ତ୍ରୀ ଟିପିଡବ୍ଲୁଓଡିଏଲ୍ ଅଶୋକ କୁମାର ମିଶ୍ର, ନିର୍ବାହୀ ଯନ୍ତ୍ରୀ ଗ୍ରାମ୍ୟ ଉନ୍ନୟନ ବି. ଏନ୍. ରେଡ୍ଡୀ, ନିର୍ବାହୀ ଯନ୍ତ୍ରୀ ଉଠା ଜଳ ସେଚ ପ୍ରକଳ୍ପ ପ୍ରଫୁଲ୍ଲ କୁମାର ବେହେରା, ଉପ ନିର୍ଦ୍ଦେଶକ ହେଣ୍ଡିକ୍ରାଫ୍ଟ ବନମାଳୀ ଟପ୍ପୋ, ଫରେଷ୍ଟ ରେଞ୍ଜ ଅଫିସର ଡମ୍ବରୁଧର ପ୍ରଧାନ, ଉପନିର୍ଦ୍ଦେଶକ ହସ୍ତତନ୍ତ ବିନୟ ପୃଷ୍ଟି, ଜି.ଏମ୍. ଜିଲ୍ଲା ଶିଳ୍ପ କେନ୍ଦ୍ର ଅଭିଜିତ ତ୍ରିପାଠୀ, ସିଡିଭିଓ ଡ. ପରମାନନ୍ଦ ସେଠୀ, ତହସିଲଦାର ରାମପୁର ବିମଳ ପାତ୍ର , ଡେପୁଟି କଲେକ୍ଟର (ଗ୍ରୀଭେନସ) ଶୁଭଶ୍ରୀ ରଥ, ବିଭିନ୍ନ ଜିଲ୍ଲା ସ୍ତରୀୟ ଅଧିକାରୀ, ତହସିଲ ଓ ବ୍ଲକ ସ୍ତରୀୟ ଅଧିକାରୀ, ସାମ୍ବାଦିକ ପ୍ରମୁଖ ଯୋଗଦାନ କରିଥିଲେ ।