ଦିଲ୍ଲୀରୁ ନୀତି ଆୟୋଗ ବୈଠକରୁ ଫେରିବା ପରେ ତୁରନ୍ତ କାର୍ଯ୍ୟାନୁଷ୍ଠାନ ନେଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର : ଗତ ଶନିବାର ରାତିରେ ଜଣେ ବରିଷ୍ଠ ପୋଲିସ ଅଧିକାରୀ ପଣ୍ଡିତ ରାଜେଶ ଉତ୍ତମରାଓ (ଆଇ. ପି.ଏସ୍‌) ନିଜ କ୍ଷମତାର ଅପବ୍ୟବହାର କରି ପଦ ମର୍ଯ୍ୟାଦାର ସମ୍ମାନ ହାନି କରିଥିବାର ଅଭିଯୋଗ ମିଳିଥିଲା । ସେ ଅଗ୍ନିଶମ ଓ ହୋମ ଗାର୍ଡ ବିଭାଗରେ ଡି.ଆଇ.ଜି ଭାବରେ କାର୍ଯ୍ୟରତ ଥିଲେ । ନୀତି ଆୟୋଗର ବୈଠକରେ ଯୋଗଦେବା ପରେ ୪ ଦିନିଆ ଦିଲ୍ଲୀ ଗସ୍ତ ଶେଷ କରି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଗତକାଲି ସନ୍ଧ୍ୟାରେ ଭୁବନେଶ୍ୱର ପ୍ରତ୍ୟାବର୍ତ୍ତନ କରିବା ପରେ ଘଟଣା ସମ୍ପର୍କରେ ଅବଗତ ହୋଇ ତୁରନ୍ତ ପଦକ୍ଷେପ ଗ୍ରହଣ କରିଛନ୍ତି । ବିଶୃଙ୍ଖଳିତ ବରିଷ୍ଠ ପୋଲିସ ଅଧିକାରୀଙ୍କୁ କାର୍ଯ୍ୟରୁ ତୁରନ୍ତ ନିଲମ୍ବନ କରିବା ସହିତ ବିହିତ କାର୍ଯ୍ୟାନୁଷ୍ଠାନ ନେବା ପାଇଁ ବିଭାଗୀୟ ଅଧିକାରୀଙ୍କୁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେବା ପରେ ସଂପୃକ୍ତ ଅଧିକାରୀଙ୍କୁ ନିଲମ୍ବିତ କରାଯାଇଛି ।

Leave A Reply

Your email address will not be published.