ବଙ୍ଗୋମୁଣ୍ଡା ବ୍ଲକର ନୂତନ ୧୭୩ ଭତ୍ତା ବଣ୍ଟନ କଲେ କଣ୍ଟାବାଞ୍ଜି ବିଧାୟକ

ବଙ୍ଗୋମୁଣ୍ଡା, (ଅର୍ଜୁନ କୁମାର ହଂସ) : ବଲାଙ୍ଗିର ଜିଲ୍ଲା ବଙ୍ଗୋମୁଣ୍ଡା ବ୍ଲକ କାର୍ଯ୍ୟାଳୟ ଠାରେ ୧୭୩ ଗୋଟି ନୂତନ ଭତ୍ତା ବଣ୍ଟନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ଏହି ଅବସରରେରେ ଆୟୋଜିତ କାର୍ଯ୍ୟକ୍ରମରେ ବଙ୍ଗୋମୁଣ୍ଡା ବିଡିଓ ବାସନ୍ତୀ ସେଠୀଙ୍କ ସଭାପତିତ୍ୱରେ ମୁଖ୍ୟ ଅତିଥି ଭାବେ କଣ୍ଟାବାଞ୍ଜି ବିଧାୟକ ଲକ୍ଷ୍ମଣ ଯୋଗ ଦେଇଥିଲେ । ଏଥିରେ ଅନ୍ୟ ମାନଙ୍କ ମଧ୍ୟରେ ବ୍ଲକ ଅଧ୍ୟକ୍ଷାଙ୍କ ପ୍ରତିନିଧି ତଥା ସିନ୍ଧେକେଲା ସମିତି ସଭ୍ୟ ଭୋଲାନାଥ ବେହେରା, ଭାଲୁମୁଣ୍ଡା ସରପଞ୍ଚଙ୍କ ପ୍ରତିନିଧି ବସନ୍ତ ମେହେରଙ୍କ ସହ ବିଭିନ୍ନ ପଂଚାୟତର ସରପଞ୍ଚ ମାନେ ସାମିଲ ହୋଇଥିଲେ । ବିପିଏମ୍‌ ବିଜୟ ବେହେରା କାର୍ଯ୍ୟକ୍ରମକୁ ପରିଚାଳନା କରିଥିଲେ । ଏଥିରେ ବଙ୍ଗୋମୁଣ୍ଡା ବ୍ଲକର ବିଭିନ୍ନ ପଂଚାୟତର ହିତାଧିକାରୀ ମାନେ ଉପସ୍ଥିତ ରହି ଭତ୍ତା ଗ୍ରହଣ କରିଥିଲେ । ଏହି କାର୍ଯ୍ୟକ୍ରମରେ ବିଏସ୍‌ଏସ୍‌ଓ ସଞ୍ଜିତ ସୁନା ଓ ସାମାଜିକ ସୁରକ୍ଷା ବିଭାଗର କର୍ମଚାରୀ ମାନେ ସାମିଲ ହୋଇଥିଲେ ।

Leave A Reply

Your email address will not be published.