ପଦ୍ମପୁର ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିରରେ ଅଭିଭାବକ ବୈଠକ

ପଦ୍ମପୁର, (ନିରୋଜ କୁମାର ପାଣୀ) : ପଦ୍ମପୁର ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିରେର ଦ୍ୱିତୀୟରୁ ପଞ୍ଚମ ଶ୍ରେଣୀ ପର୍ଯ୍ୟନ୍ତ ଅଭିଭାବକ ମାନଙ୍କ ବୈଠକ ଅନୁଷ୍ଠିତ ହୋଇଥିଲା । ଏହି ବୈଠକରେ ସଭାପତି ପୃଥିରାଜ ସାହୁ ଦୀପ ପ୍ରଜ୍ୱଳନ କରି ଶିଶୁ ମାନଙ୍କ ସଂସ୍କାର, ଆଧ୍ୟାତ୍ମିକ ବିକାଶ ତଥା ଶୈକ୍ଷିକ ବିକାଶ ଦିଗରେ ଆଲୋକପାତ କରିଥିଲେ । ଶିଶୁ ମାନଙ୍କ ଦ୍ୱାରା ସ୍ୱାଗତ ସଂଗୀତ ଗାନ କରାଯାଇଥିଲା । ବିଦ୍ୟା ମନ୍ଦିର ପ୍ରମୁଖ ଦେବରାଜ ଡନସନା ଅତିଥି ପରିଚୟ ପ୍ରଦାନ କରିଥିଲେ । ଶିଶୁ ମନ୍ଦିର ପ୍ରମୁଖ ମୁଦିରଥ ପଣ୍ଡା ସୂଚନା ପ୍ରଦାନ କରିଥିଲେ । ମୀନତୀ ଗୁରୁମା କାର୍ଯ୍ୟକ୍ରମର ସଂଯୋଜନା କରିଥିଲେ । ଉପସ୍ଥିତ ଅଭିଭାବକ ଅଭିଭାବିକା ଶୈକ୍ଷିକ ବିକାଶ ଦିଗରୁ ବିଭିନ୍ନ ମତ ଉପସ୍ଥାପନ କରିଥିଲେ । ସମ୍ପାଦକ ଜନକଲାଲ ମେହେର ଧନ୍ୟବାଦ ଅର୍ପଣ କରିଥିଲେ । ଉକ୍ତ ବୈଠକରେ ୨୩୫ ଜଣ ଅଭିଭାବକ, ଅଭିଭାବିକା ଯୋଗ ଦେଇଥିଲେ । ସମସ୍ତଙ୍କ ସହଯୋଗରେ କାର୍ଯ୍ୟକ୍ରମଟି ସଫଳ ହୋଇଥିଲା ।

Leave A Reply

Your email address will not be published.