କାଲିଠୁ ପ୍ରବଳ ବର୍ଷା : ୧୮ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ

ଭୁବନେଶ୍ୱର : କାଲିଠୁ ବଢ଼ିବ ବର୍ଷା । ଆସନ୍ତାକାଲି ପାଇଁ ୧୮ଟି ଜିଲ୍ଲାକୁ ଜାରି ହୋଇଛି ୟେଲୋ ୱାର୍ଣ୍ଣିଂ । ଭଦ୍ରକ, ବାଲେଶ୍ୱର, ମୟୂରଭଂଜ, କେନ୍ଦ୍ରାପଡ଼ା, ଯାଜପୁର, କେନ୍ଦୁଝର, ସୁନ୍ଦରଗଡ଼, ଦେବଗଡ଼, ଅନୁଗୁଳ, ସମ୍ବଲପୁର, ଝାରସୁଗୁଡ଼ା, ବରଗଡ଼, ସୁବର୍ଣ୍ଣପୁର, ବଲାଙ୍ଗିର, ନୂଆପଡ଼ା, କଳାହାଣ୍ଡି, ନବରଙ୍ଗପୁର ଏବଂ କୋରାପୁଟ ଜିଲ୍ଲାକୁ କାଲି ପାଇଁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ଏସବୁ ଜିଲ୍ଲାରେ ଘଡ଼ଘଡ଼ି ସହ ପ୍ରବଳ ବର୍ଷା ସମ୍ଭାବନା ରହିଛି । ୧୪ ତାରିଖରେ ଅଧିକାଂଶ ଜିଲ୍ଲାରେ ବର୍ଷାର ପରିମାଣ କମିପାରେ । ୧୪ରେ କେବଳ ସୁନ୍ଦରଗଡ଼, କେନ୍ଦୁଝର, ମୟୂରଭଂଜ ଏବଂ ବାଲେଶ୍ୱର ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ତେବେ ଆଜି ପାଇଁ କୌଣସି ୱାର୍ଣ୍ଣିଂ ନଥିବା ସୂଚନା ଦେଇଛି ପାଣିପାଗ ବିଭାଗ ।

Leave A Reply

Your email address will not be published.