ଭବାନୀପାଟଣାରେ ଜିଲ୍ଲାସ୍ତରୀୟ ସ୍ୱାଧୀନତା ଦିବସ ପାଳିତ

କଳାହାଣ୍ଡି, (ଶୁଭେନ୍ଦୁ କୁମାର ପଣ୍ଡା) : କଳାହାଣ୍ଡି ଜିଲ୍ଲା ଭବାନୀପାଟଣା ସ୍ଥିତ ଲାଲ ବାହାଦୁର ଶାସ୍ତ୍ରୀ ଷ୍ଟାଡିଅମ୍‌ ଠାରେ ୭୮ତମ ସ୍ୱାଧିନତା ଦିବସ ପାଳିତ ହୋଇଯାଇଛି । ଏହି ପବିତ୍ର ଦିବସରେ ମୁଖ୍ୟ ଅତିଥି ଭାବରେ ରାଜ୍ୟ ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀ ଯୋଗଦେଇ ଜାତୀୟ ପତାକା ଉତ୍ତୋଳନ କରିବା ସହ ପ୍ୟାରେଡ୍‌ ଅଭିବାଦନ ଗ୍ରହଣ କରିଥିଲେ । ୪୧ଟି ପ୍ଲାଟୁନ ସାମୁହିକ ପ୍ୟାରେଡ୍‌ ପ୍ରଦର୍ଶନ କରିଥିଲେ । ଜିଲ୍ଲାପାଳ ସଚିନ ପାୱାର, ଆରକ୍ଷୀ ଅଧିକ୍ଷକ ଅଭିଳାଷ ଜୀ ତଥା ମାନ୍ୟଗଣ୍ୟ ବ୍ୟକ୍ତିବିଶେଷ ଉପସ୍ଥିତ ଥିଲେ । ଏହି ଅବସରରେ ଶିକ୍ଷା ତଥା ବିଭିନ୍ନ କ୍ଷେତ୍ରରେ କୃତିତ୍ୱ ଅର୍ଜନ କରିଥିବା ବ୍ୟକ୍ତି ବିଶେଷଙ୍କୁ ପୁରସ୍କୃତ କରାଯାଇଥିଲା ।

Leave A Reply

Your email address will not be published.