csstore

ତୁରେକେଲା ସରକାରୀ ମାଧ୍ୟମିକ ବିଦ୍ୟାଳୟ ଖେଳ ପଡିଆରେ ସ୍ୱାଧୀନତା ଦିବସ ପାଳିତ

ତୁରେକେଲା, (କୈଳାସ ସଗ୍ରିଆ) : ବଲାଙ୍ଗିର ଜିଲ୍ଲା ତୁରେକେଲା ବ୍ଲକ ଅନ୍ତର୍ଗତ ସରକାରୀ ମାଧ୍ୟମିକ ବିଦ୍ୟାଳୟ ଖେଳ ପଡିଆରେ ସ୍ୱାଧୀନତା ଦିବସ ପାଳିତ ହୋଇଯାଇଛି । ଏହି କାର୍ଯ୍ୟକ୍ରମରେ ତୁରେକେଲା ଗ୍ରାମପଞ୍ଚାୟତ ସରପଂଚ ଜଳନ୍ଧର ମହାକୁଡ଼ ମଂଚ ପରିଚାଳନା କରିଥିଲେ । ଏହି ଅବସରରେ ମୁଖ୍ୟ ଅତିଥି ଭାବେ ବ୍ଲକ୍‌ ଚେଆର୍‌ମେନ୍‌ ପୂଜା ବେହେରା, ସମ୍ମାନିତ ଅତିଥି ଭାବେ ଗୋଷ୍ଠୀ ଉନ୍ନୟନ ଅଧିକାରୀ ଶଙ୍କର୍ଷଣ ବେହେରା ଯୋଗ ଦେଇଥିଲେ । ଏହା ସହିତ ସମିତି ସଭ୍ୟ ପ୍ରମୋଦ ମହାପାତ୍ର, ଅତିରିକ୍ତ ଗୋଷ୍ଠୀ ଶିକ୍ଷା ଅଧିକାରୀ ଫକିର ଚରଣ ବିଶି, ତୁରେକେଲା ବ୍ଲକ କାର୍ଯ୍ୟାଳୟ ଜେଇ ସନତ କୁମାର ଦାସ, ତୁରେକେଲା ମହାବିଦ୍ୟାଳୟ ଅଧ୍ୟକ୍ଷ ଅଶ୍ୱିନୀ କୁମାର ମେହେର ଏବଂ ସରକାରୀ ମାଧ୍ୟମିକ ବିଦ୍ୟାଳୟର ପ୍ରଧାନ ଶିକ୍ଷକ ଶଙ୍କର ନାଗ ମଂଚାସୀନ ଥିଲେ । ଏହି ପରିପ୍ରେକ୍ଷୀରେ ମୁଖ୍ୟ ଅତିଥି ସ୍ୱାଧୀନତା ଦିବସ ପାଳନର ଉଦ୍ଦେଶ୍ୟ ସଂପର୍କରେ ଆଲୋକପାତ କରିଥିଲେ । କାର୍ଯ୍ୟକ୍ରମରେ ଯୋଗ ଦେଇଥିବା ବିଭିନ୍ନ ସ୍କୁଲ ଛାତ୍ରଛାତ୍ରୀମାନଙ୍କୁ ଅତିଥିମାନେ ପୁରସ୍କାର ପ୍ରଦାନ କରିଥିଲେ । ଏହି କାର୍ଯ୍ୟକ୍ରମରେ ସ୍ଥାନୀୟ ଅଂଚଳର ବୁଦ୍ଧିଜୀବୀମାନଙ୍କ ସହ ବ୍ଲକ କାର୍ଯ୍ୟାଳୟର ଅଧିକାରୀ ଓ କର୍ମଚାରୀ ବୃନ୍ଦ ତଥା ବିଭିନ୍ନ ସ୍କୁଲ କଲେଜର ଛାତ୍ରଛାତ୍ରୀ, ଶିକ୍ଷକ, ଶିକ୍ଷୟିତ୍ରୀମାନେ ଉପସ୍ଥିତ ଥିଲେ ।

jayashree
Leave A Reply

Your email address will not be published.