ବିକାଶ ଗ୍ରୁପ ଅଫ ଇନ୍‌ଷ୍ଟିଚ୍ୟୁସନ୍‌ରେ ୭୮ତମ ସ୍ଵାଧୀନତା ଦିବସ ପାଳିତ

କଳାହାଣ୍ଡି, (ଶୁଭେନ୍ଦୁ କୁମାର ପଣ୍ଡା) : ଭବାନୀପାଟଣା ଉପକଣ୍ଠରେ ଥିବା ବିକାଶ ଗ୍ରୁପ ଅଫ ଇନ୍‌ଷ୍ଟିଚ୍ୟୁସନ୍‌ରେ ୭୮ତମ ସ୍ଵାଧୀନତା ଦିବସ ପାଳିତ ହୋଇଯାଇଛି । ଉକ୍ତ ଉତ୍ସବରେ ପ୍ରଭୁଦତ୍ତ ହିମାଂଶୁ ମିଶ୍ର ଓଡ଼ିଶା ଫରେଷ୍ଟ ସର୍ଭିସ୍ କଞ୍ଜରଭେଟର ଅଫ ଫରେଷ୍ଟ ଉତ୍ତର ବନଖଣ୍ଡ, କଳାହାଣ୍ଡି ମୁଖ୍ୟ ଅତିଥି ଭାବେ ଯୋଗଦେଇ ଜାତୀୟ ପତାକା ଉତ୍ତୋଳନ ପୂର୍ବକ ପ୍ୟାରେଡ୍‌ରେ ଅଭିବାଦନ ଗ୍ରହଣ କରିଥିଲେ । ସମ୍ମାନିତ ଅତିଥି ଭାବେ ଶିକ୍ଷା ପ୍ରଭାରୀ ଡି. ବିଜୟା, ପରିଚାଳନା କମିଟି ସଦସ୍ୟା ଶ୍ରୀମତୀ ଡି. ପଦ୍ମିନୀ, ବି. ବି. ଏ, ବି. ସି. ଏ. ବିଭାଗର ଅଧ୍ୟକ୍ଷ ଡ. ସୁଦୀପ୍ତ ଜେନା, ବିକାଶ ଡିଗ୍ରୀ ମହାବିଦ୍ୟାଳୟର ଅଧ୍ୟକ୍ଷ ଡ. ଆଦିତ୍ୟ ପଟ୍ଟନାୟକ, ବିକାଶ ନର୍ସିଂ କଲେଜ ଅଧ୍ୟକ୍ଷା କେ. ଜୟଶ୍ରୀ, ବିକାଶ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ଅଧ୍ୟକ୍ଷ ଯୁବରାଜ ନାୟକ, ବିକାଶ ଆବାସିକ ବିଦ୍ୟାଳୟ ଅଧ୍ୟକ୍ଷା ସୁଶ୍ରୀ ଆରତୀ ମିଶ୍ର, ବିକାଶ ଆବାସିକ ବିଦ୍ୟାଳୟ ଉପାଧ୍ୟକ୍ଷ ନାରାୟଣ ମହାନ୍ତି, ଗୁପ୍ତେଶ୍ୱର ଖୁଣ୍ଟିଆ ପ୍ରମୁଖ ମଞ୍ଚାସୀନ ଥିଲେ । ଅଧ୍ୟକ୍ଷା ସୁଶ୍ରୀ ଆରତୀ ମିଶ୍ର ସ୍ୱାଗତ ଅଭିଭାଷଣ ପ୍ରଦାନ କରିଥିବା ବେଳେ ଅଧ୍ୟକ୍ଷା କେ. ଜୟଶ୍ରୀ ଅତିଥିଙ୍କ ପରିଚୟ ପ୍ରଦାନ କରିଥିଲେ । ବିକଶିତ ଭାରତକୁ ଦୃଷ୍ଟିରେ ରଖି ଆମକୁ ଦୂର ଦୃଷ୍ଟି ସମ୍ପନ୍ନ ହୋଇ ଦେଶର ଉନ୍ନତିରେ ଭାଗୀଦାର ହେବାକୁ ଅତିଥିଗଣ ତାଙ୍କ ବକ୍ତବ୍ୟରେ ଗୁରୁତ୍ୱ ଆରୋପ କରିଥିଲେ । କୃତୀ ଛାତ୍ରଛାତ୍ରୀ ମାନଙ୍କୁ ପୁରସ୍କୃତ କରାଯାଇଥିଲା । ଏହି ଅବସରରେ ରଙ୍ଗାରଙ୍ଗ ସାଂସ୍କୃତିକ କାର୍ଯ୍ୟକ୍ରମ ପରିବେଷଣ କରାଯାଇଥିଲା । ପରିଶେଷରେ ଉପାଧ୍ୟକ୍ଷ ଶ୍ରୀଯୁକ୍ତ ନାରାୟଣ ମହାନ୍ତି ଧନ୍ୟବାଦ ଅର୍ପଣ କରିଥିଲେ ।

jittmm
Leave A Reply

Your email address will not be published.