csstore

ନବୀନ କାର୍ଯ୍ୟାଳୟରେ ୭୮ତମ ସ୍ୱାଧୀନତା ଦିବସ ପାଳିତ

ବ୍ରହ୍ମପୁର, (କେପିଏନ୍‌ଏସ୍‌) : ସ୍ଥାନୀୟ ‘ନବୀନ’ କାର୍ଯ୍ୟାଳୟରେ ୭୮ତମ ସ୍ୱାଧୀନତା ଦିବସ ମହାଆଡ଼ମ୍ବରରେ ପାଳିତ ହୋଇଯାଇଛି । କବି କୃଷ୍ଣଚନ୍ଦ୍ର ତ୍ରିପାଠୀ ମୁଖ୍ୟଅତିଥି ଭାବେ ଯୋଗଦେଇ ଜାତୀୟ ପତାକା ଉତ୍ତୋଳନ କରିଥିଲେ । ନବୀନର ସମ୍ପାଦକ ରବି ରଥଙ୍କ ସଭାପତିତ୍ୱରେ ଅନୁଷ୍ଠିତ ଆଲୋଚନା ଚକ୍ରରେ ୭୮ ବର୍ଷରେ ଦେଶର ବିକାଶ ସମ୍ପର୍କରେ ଆଲୋଚନା କରାଯାଇଥିଲା । ଡ. ଡମ୍ବରୁଧର ସାହୁ, ସମାଜସେବୀ ରାମକୃଷ୍ଣ ପାତ୍ର, ବି. ସତ୍ୟମ୍‌ ଆଚାରୀ, ପବିତ୍ର କୁମାର ଚୌଧୁରୀ, ପ୍ରମୋଦ କୁମାର ପଣ୍ଡା, ସୁଶାନ୍ତ କର, ବଂଶୀଧର ସେଠୀ, ସୁନିଲ କୁମାର ପ୍ରଧାନ, ନବୀନର ପ୍ରକାଶିକା ମଞ୍ଜୁ ରଥ ପ୍ରମୁଖ ଅଂଶଗ୍ରହଣ କରି ସ୍ୱରଚିତ କବିତା ପାଠ କରିଥିଲେ ।

jayashree
Leave A Reply

Your email address will not be published.