ppurohit

ଏକ ପେଡ୍‌ ମାଁ କେ ନାମ କାର୍ଯ୍ୟକ୍ରମ

2nd

ବଙ୍ଗୋମୁଣ୍ଡା, (ଅର୍ଜୁନ କୁମାର ହଂସ) : ବଲାଙ୍ଗିର ଜିଲ୍ଲା ବଙ୍ଗୋମୁଣ୍ଡା ବ୍ଲକ କାର୍ଯ୍ୟାଳୟ ପରିସରରେ ଆଜି ଏକ ପେଡ୍‌ ମାଁ କେ ନାମ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ଏହି କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ବଙ୍ଗୋମୁଣ୍ଡା ବ୍ଲକ ଅଧ୍ୟକ୍ଷାଙ୍କ ପ୍ରତିନିଧି ଭୋଳାନାଥ ବେହେରା, ସମ୍ମାନୀୟ ଅତିଥି ଭାବେ ଏପିଓ ଲକ୍ଷ୍ମଣ କୁମାର ବୁଡେକ, ଜିପିଡ଼ିଓ ପୁରୁଷୋତ୍ତମ ମାଝୀ, ସିଡିପିଓ ମାଧୁରୀ ହୋତା, ବିପିଏମ୍‌ ବିଜୟ ବେହେରା, ବଙ୍ଗୋମୁଣ୍ଡା ବ୍ଲକ ସାମ୍ବାଦିକ ସଂଘର ସମ୍ପାଦକ ହୁଲେଶ୍ୱର ହଂସ, କୋଷାଧ୍ୟକ୍ଷ ଦୀପକ କୁମାର ଦାସ ଯାଦବ ପ୍ରମୁଖ ଉପସ୍ଥିତ ଥିଲେ । ସମସ୍ତେ ଗୋଟିଏ ଗୋଟିଏ ବୃକ୍ଷରୋପଣ କରିଥିଲେ ଓ ବୃକ୍ଷକୁ ଯତ୍ନ ନେବା ପାଇଁ ଶପଥ କରିଥିଲେ । ଆଗାମୀ ଦିନରେ ବ୍ଲକର ପ୍ରତ୍ୟେକ ପଞ୍ଚାୟତରେ ଏହିଭଲି କାର୍ଯ୍ୟକ୍ରମ ଆୟୋଜନ କରାଯିବ ବୋଲି ଚେତାବନୀ ଦେଇଛନ୍ତି । ଏଥିରେ ବ୍ଲକ କର୍ମଚାରୀ ମାନେ ସହଯୋଗ କରିଥିଲେ ।

Leave A Reply

Your email address will not be published.