ବଲାଙ୍ଗିର ଜିଲ୍ଲାରେ ଆଜି ୯ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ : ବଲାଙ୍ଗିର ପୌରାଂଚଳରୁ ୫

ବଲାଙ୍ଗିର, (କେପିଏନ୍‌ଏସ୍‌) : ବଲାଙ୍ଗିର ଜିଲ୍ଲାରେ ଆଜି ୯ ଜଣ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ବଲାଙ୍ଗିର ପୌରାଂଚଳରୁ ୫ ଜଣ ସଂକ୍ରମିତ ହୋଇଥିବା ସରକାରୀ ସୂତ୍ରରୁ ଜଣାପଡ଼ିଛି । ବଲାଙ୍ଗିର ପୌରାଂଚଳର ୱାର୍ଡ ନଂ.୨ ଓ ୫ରୁ ୨ ଜଣ ଲେଖାଏଁ ଏବଂ ୱାର୍ଡ ନଂ.୧୭ରୁ ଜଣେ ଚିହ୍ନଟ ହୋଇଛନ୍ତି । ବଲାଙ୍ଗିର ବ୍ଲକ ଖୁଜେନ୍‌ପାଲି ଗ୍ରା.ପ., ଖପ୍ରାଖୋଲ ବ୍ଲକ ପଡ଼ିଆବାହାଲ ଓ ମାଲପଡ଼ା ଗ୍ରା.ପ. ଏବଂ ପାଟଣାଗଡ଼ ବ୍ଲକ ଘଁସିଏନ ଗ୍ରା.ପ.ରୁ ଜଣେ ଲେଖାଏଁ ସଂକ୍ରମିତ ହୋଇଛନ୍ତି । ଏବେ ୧୩୭ ଜଣ ଏକ୍‌ଟିଭ୍‌ କରୋନା ଆକ୍ରାନ୍ତ ଜିଲ୍ଲାରେ ଚିକିତ୍ସାଧୀନ ରହିଛନ୍ତି ।

Leave A Reply

Your email address will not be published.