ରାଜ୍ୟରେ ପ୍ରବଳ ବର୍ଷା : ପୂର୍ବାନୁମାନ କଲା ପାଣିପାଗ ବିଭାଗ

ଭୁବନେଶ୍ୱର : ଆସନ୍ତାକାଲି ବଙ୍ଗୋପସାଗରରେ ସୃଷ୍ଟି ହେବ ଆଉ ଏକ ଲଘୁଚାପ । ପଶ୍ଚିମ କେନ୍ଦ୍ରୀୟ ଓ ଉତ୍ତର ପଶ୍ଚିମବଙ୍ଗ ବଙ୍ଗୋପସାଗରରେ ଲଘୁଚାପ ସୃଷ୍ଟି ନେଇ ପୂର୍ବାନୁମାନ କରିଛି ପାଣିବାଗ ବିଭାଗ । ୬ ତାରିଖରେ ପ୍ରବଳ ବର୍ଷା ସହ ବିଜୁଳି ଘଡ଼ଘଡ଼ି ପାଇଁ ମାଲକାନଗିରି, କୋରାପୁଟ, ରାୟଗଡ଼ା, ନବରଙ୍ଗପୁର, ଗଜପତି ଓ ଗଞ୍ଜାମ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ । ସେହିପରି ଆସନ୍ତା ୮ ଓ ୯ ତାରିଖ ଯାଏଁ ରାଜ୍ୟର ଅନ୍ୟ ଜିଲ୍ଲା ଗୁଡ଼ିକରେ ବିଜୁଳି ଘଡ଼ଘଡ଼ି ସହ ମଧ୍ୟମ ଧରଣର ବର୍ଷା ସମ୍ଭାବନା ରହିଛି । ଏହି ଲଘୁଚାପ ଜନିତ ବର୍ଷା ୭ରୁ ୮ ତାରିଖ ଯାଏଁ ଲାଗି ରହିବ । ଏହାକୁ ନେଇ ସତର୍କ ଜାରି କଲା ପାଣିପାଗ ବିଭାଗ ।

Leave A Reply

Your email address will not be published.