ଛତ୍ରପୁର ସରସ୍ଵତୀ ଶିଶୁ ବିଦ୍ୟା ମନ୍ଦିରରେ ଗୁରୁ ଦିବସ ପାଳିତ

ବ୍ରହ୍ମପୁର, (କେ. ସତ୍ୟନାରାୟଣ ରେଡ୍ଡୀ) : ଛତ୍ରପୁର ସ୍ଥିତ ଶ୍ରୀରାମନଗରରେ ଅବସ୍ଥାପିତ ସରସ୍ଵତୀ ଶିଶୁ ବିଦ୍ୟା ମନ୍ଦିରରେ ପବିତ୍ର ଗୁରୁ ଦିବସ ବର୍ଣ୍ଣାଢ଼୍ୟ ସମାରୋହରେ ଅତି ଉତ୍ସାହର ସହିତ ପାଳନ ହେଇଯାଇଛି । ମୁଖ୍ୟଅତିଥି ଭାବେ ଅବସରପ୍ରାପ୍ତ ପ୍ରଧାନ ଶିକ୍ଷକ ଉମାକାନ୍ତ ମିଶ୍ର ଯୋଗଦେଇ କାର୍ଯ୍ୟକ୍ରମର ଶୁଭାରମ୍ଭ କରିବା ସହିତ ପରମ୍ପରା ମୁତାବକ ତାଙ୍କୁ ଉପଢୌକନ ଦେଇ ସମ୍ମାନିତ କରାଯାଇଥିଲା । ବିଦ୍ୟାଳୟର ଅଧ୍ୟକ୍ଷ ଉପେନ୍ଦ୍ର ମହାନ୍ତି ଅଧ୍ୟକ୍ଷତା କରିଥିଲେ । ପ୍ରଧାନାଚାର୍ଯ୍ୟ ରବୀନ୍ଦ୍ର ନାଥ ଦାଶ ଅତିଥି ପରିଚୟ ସହ ସ୍ଵାଗତ ଭାଷଣ ପ୍ରଦାନ କରିଥିଲେ । ସମ୍ପାଦକ ତଥା ହାଇକୋର୍ଟ ଓକିଲ ପଦ୍ମଚରଣ ସାହୁ, ସଦସ୍ୟ ରାମପ୍ରସାଦ ପଟ୍ଟନାୟକ ପ୍ରମୁଖ ବହୁ ମାନ୍ୟଗଣ୍ୟ ବ୍ୟକ୍ତି ଯୋଗଦେଇ ଗୁରୁ ଦିବସ ପାଳନର ମହତ୍ତ୍ୱ ସଂପର୍କରେ ତାତ୍ଵିକ ଆଲୋଚନା ଦେଇ ବୁଝାଇଥିଲେ । ଶିଶୁମାନଙ୍କ ଅଭିଭାଷଣ ସହ ବରିଷ୍ଠ ଆଚାର୍ଯ୍ୟ କୈଳାଶ ଚନ୍ଦ୍ର ଶତପଥୀ ଜୀବନର ପ୍ରତିକ୍ଷେତ୍ରରେ କିପରି ଗୁରୁଙ୍କର ଆର୍ଶୀବାଦ ଆବଶ୍ୟକ ସେ ବିଷୟରେ ମାର୍ଗଦର୍ଶନ କରିଥିଲେ । ଏହି ଅବସରରେ ବରିଷ୍ଠ ଆଚାର୍ଯ୍ୟ ତଥା ଆଚାର୍ଯ୍ୟ ପ୍ରତିନିଧି ମନୋରଂଜନ ଦାଶ ଧନ୍ୟବାଦ ଅର୍ପଣ କରିଥିଲେ । ଦଶମ ଶ୍ରେଣୀର ଛାତ୍ରଛାତ୍ରୀ ମାନେ ଗୁରୁପୂଜନ କରି ଗୁରୁକୃପା ଲାଭ କରିଥିଲେ ।

Leave A Reply

Your email address will not be published.