ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା : ୬ ଜିଲ୍ଲାକୁ ଅରେଂଜ ୱାର୍ଣ୍ଣିଂ ଜାରି

ଭୁବନେଶ୍ୱର : ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା ସମ୍ଭାବନା ବର୍ଷା ପାଇଁ ୬ ଜିଲ୍ଲାକୁ ଅରେଂଜ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ । ବଲାଙ୍ଗିର, ନୂଆପଡ଼ା, ବରଗଡ଼, ସୁନ୍ଦଗଡ଼, ସମ୍ବଲପୁର, ଝାରସୁଗୁଡ଼ା ଜିଲ୍ଲାରେ ଅତି ପ୍ରବଳ ବର୍ଷା ନେଇ ଆକଳନ କରିଛି । ଅବପାତର ଏହି ସବୁ ଜିଲ୍ଲା ଦେଇ ଗତି କରୁଥିବାରୁ ପାଣିପାଗ ବିଭାଗ ପକ୍ଷରୁ ଆସନ୍ତା ୩ ଘଣ୍ଟା ପାଇଁ ଆଲର୍ଟ ଜାରି କରାଯାଇଛି । ସେହିପରି ବୌଦ୍ଧ, ସୋନପୁର, ଅନୁଗୁଳ, ଢେଙ୍କାନାଳ, କନ୍ଧମାଳ, କଳାହାଣ୍ଡି, ଦେବଗଡ଼, ନବରଙ୍ଗପୁର, ନୟାଗଡ଼ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ । ଏହି ସବୁ ଜିଲ୍ଲାରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହେବ ବୋଲି ସୂଚନା ଦେଇଛି ପାଣିପାଗ ବିଭାଗ ।

Leave A Reply

Your email address will not be published.