oom

ପଦ୍ମପୁର ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ବିଶ୍ଵ ଭାତୃତ୍ୱ ଦିବସ ପାଳନ

jsmm

ପଦ୍ମପୁର, (ନିରୋଜ କୁମାର ପାଣୀ) : ପଦ୍ମପୁର ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ବିଶ୍ଵ ଭାତୃତ୍ୱ ଦିବସ ପାଳନ କରା ଯାଇଥିଲା । ଏହି ଅବସରରେ ଅନୁଷ୍ଠିତ ସଭାରେ ବିଦ୍ୟାଳୟର କାର୍ଯ୍ୟକାରୀ ପ୍ରଧାନ ଶିକ୍ଷୟିତ୍ରୀ ଗୋପାଳଜୀ ପ୍ରସାଦ ପାଣିଗ୍ରାହୀ ସଭାପତିତ୍ୱ କରିଥିଲେ । ସମ୍ବଲପୁର ଜିଲ୍ଲାର ଶିକ୍ଷାବିତ ଉମେଶ ଚନ୍ଦ୍ର ପଣ୍ଡା ମୁଖ୍ୟ ଅତିଥି ରୂପେ ଯୋଗ ଦେଇ ସ୍ୱାମୀ ବିବେକାନନ୍ଦଙ୍କ ଚିକାଗୋ ଧର୍ମ ମହାସଭାର ବକ୍ତବ୍ୟ ତଥା ଜୀବନରେ ଯୋଗ ଓ ସାଧନାର ମହତ୍ୱ ବିଷୟରେ ଛାତ୍ରୀଙ୍କୁ ବିସ୍ତୃତ ଭାବେ ବୁଝାଇଥିଲେ । ବିଦ୍ୟାଳୟର ବରିଷ୍ଠ ଶିକ୍ଷୟିତ୍ରୀ ଜ୍ୟୋସ୍ନା ରାଣୀ ସାହୁ ଧନ୍ୟବାଦ ଅର୍ପଣ କରିଥିଲେ । ବିଦ୍ୟାଳୟର ମାନସ ରଞ୍ଜନ ଶତପଥୀ, ପୂଜାରାଣୀ ନାୟକ, ରବିନା ପଧାନ, ସଂଯୁକ୍ତା ଭୋଇ, ମନିଷା ଭୋଇ, ବୃନ୍ଦାବତୀ ସାହୁ, ଖୁସବୁ ବରିହା, ଜ୍ୟୋତି ରେଖା ମହାନନ୍ଦ, ଚକ୍ରଧର ନାୟକ, ପ୍ରଭାତୀ ପଟ୍ଟନାୟକ, ମମତା ମିଶ୍ର, ସୁଷମା ଦାସ, ଦୁଷ୍ମନ୍ତ ଛତର, କମଳା କୁମ୍ଭାର କାର୍ଯ୍ୟକ୍ରମକୁ ସଫଳ କରିବାରେ ସହଯୋଗ କରିଥିଲେ ।

jittmm
Leave A Reply

Your email address will not be published.