oom

ବିଦ୍ୟାଳୟ ସ୍ତରୀୟ ଖୋଖୋ ଚୟନ ଶିବିର

jsmm

ବଲାଙ୍ଗିର, (ଦେବାଶିଷ ମିଶ୍ର) : ଆଜି ସରକାରୀ ଉଚ୍ଚ ବିଦ୍ୟାଳୟ ଭାଲେର ଠାରେ ବ୍ଲକ ସ୍ତରୀୟ ଖୋଖୋ ଚୟନ ଶିବିର ଅନୁଷ୍ଠିତ ହୋଇଯାଇଛି । ବିଦ୍ୟାଳୟର ପ୍ରଧାନ ଶିକ୍ଷକ ପବିତ୍ର ମୋହନ ଗୁରୁଙ୍କ ସଭାପତିତ୍ୱରେ ଅନୁଷ୍ଠିତ ଶିବିରରେ ଆଟଗାଁ ଉଚ୍ଚ ବିଦ୍ୟାଳୟର ପ୍ରଧାନ ଶିକ୍ଷକ ଦିଲୀପ କୁମାର ଯୋଷୀ ମୁଖ୍ୟ ଅତିଥି, ପ୍ରଧାନ ଶିକ୍ଷକ ନୀଳମଣି ପଟେଲ ମୁଖ୍ୟବକ୍ତା, ଖୋଖୋ ପ୍ରଶିକ୍ଷକ ପଦ୍ମ ଚରଣ ଦାସ ସମ୍ମାନିତ ଅତିଥି, ପଂଚାୟତ ଉଚ୍ଚ ବିଦ୍ୟାଳୟର ପ୍ରଧାନ ଶିକ୍ଷକ ଆନନ୍ଦ ବଡପଣ୍ଡା ସମ୍ମାନିତ ଅତିଥି, ବ୍ଲକ କ୍ରୀଡା ସମ୍ପାଦକ ସୁଶାନ୍ତ କୁମାର ନାଗ ପ୍ରଭୃତି ମଂଚାସୀନ ଥିଲେ । ଏହି ଶିବିରରେ ପୁଇଁନ୍ତଲା ବ୍ଲକ ଅନ୍ତର୍ଗତ ୧୩ଟି ଉଚ୍ଚ ବିଦ୍ୟାଳୟରୁ ୧୫୬ ଜଣ ଛାତ୍ରଛାତ୍ରୀ ଅଂଶଗ୍ରହଣ କରିଥିବା ବେଳେ ମନୋନୀତ ଛାତ୍ରଛାତ୍ରୀ ଜିଲ୍ଲାସ୍ତରୀୟ ପ୍ରତିଯୋଗିତା ସୁରଧନୁ ଉଚ୍ଚ ବିଦ୍ୟାଳୟ, କୁତୁର୍ଲା ଠାରେ ଅଂଶ ଗ୍ରହଣ କରିବେ ବୋଲି ସୂଚନା ଦିଆଯାଇଛି । ଏହି କାର୍ଯ୍ୟକ୍ରମକୁ ବିଦ୍ୟାଳୟର ଖେଳ ଶିକ୍ଷକ ହେମନ୍ତ ପଧାନ ସଂଯୋଜନା କରିଥିବା ବେଳେ ସହକାରୀ ଶିକ୍ଷକ ଅନିଲ କୁମାର ରଣା ଧନ୍ୟବାଦ ଅର୍ପଣ କରିଥିଲେ । ବିଦ୍ୟାଳୟର ସମସ୍ତ କର୍ମଚାରୀ ତଥା ବ୍ଲକର ବିଭିନ୍ନ ବିଦ୍ୟାଳୟର ଖେଳ ଶିକ୍ଷକମାନେ ସହଯୋଗ କରିଥିଲେ ।

jittmm
Leave A Reply

Your email address will not be published.