ମୁରିବାହାଲ ବ୍ଲକସ୍ତରୀୟ ସୁଭଦ୍ରା ଯୋଜନାର ଶୁଭାରମ୍ଭ କାର୍ଯ୍ୟକ୍ରମ ଅନୁଷ୍ଠିତ

ମୁରିବାହାଲ, (ଦୁର୍ଗାନନ୍ଦ ମହାକୁର) : ବଲାଙ୍ଗିର ଜିଲ୍ଲା ମୁରିବାହାଲ ବ୍ଲକ ପ୍ରଶାସନ ପକ୍ଷରୁ ଘଣ୍ଟବାହାଲସ୍ଥିତ କେଜିବିଭି ସ୍କୁଲ ଖେଳ ପଡିଆରେ ବ୍ଲକସ୍ତରୀୟ ସୁଭଦ୍ରା ଯୋଜନାର ଶୁଭାରମ୍ଭ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା । ବ୍ଲକ ବିଡ଼ିଓ ପୂର୍ଣ୍ଣାନନ୍ଦ ପଟେଲଙ୍କ ସଭାପତିତ୍ୱରେ ତଥା ଓଏଲଏମ ବିପିଏମ୍ ଡଃ. ଗୋପାଳକୃଷ୍ଣ ଦୀପଙ୍କ ସଂଯୋଜନାରେ ଅନୁଷ୍ଠିତ ଉତ୍ସବରେ କଣ୍ଟାବାଞ୍ଜି ବିଧାୟକ ଲକ୍ଷ୍ମଣ ବାଗ ମୁଖ୍ୟ ଅତିଥି, ବ୍ଲକ ଅଧ୍ୟକ୍ଷ ହରିବନ୍ଧୁ ମେହେର, ତହସିଲଦାର ଜଗଦୀଶ କର୍ତ୍ତାମି,ଏପିଡି ତରଣୀ ସୁନା, ବିତ୍ତ ଅଧିକାରୀ ଘେନୁରାମ ତାଣ୍ଡି,ଏଇଇ ଅବିନାଶ ମୁଦି, ସିଡିପିଓ ପୂର୍ଣ୍ଣିମା ବୈଠାରୁ, ସାଂସଦ ପ୍ରତିନିଧି ଶ୍ରୀବତ୍ସ ବେହେରା, ବିଧାୟକ ପ୍ରତିନିଧି ଗଙ୍ଗାଧର ହେର୍ଣା ସମ୍ମାନିତ ଅତିଥି ରୂପେ ଯୋଗଦେଇଥିଲେ । ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଦ୍ଵାରା ସୁଭଦ୍ରା ଯୋଜନାର ପ୍ରଥମ କିସ୍ତି ପ୍ରଦାନର ସିଧା ପ୍ରସାରଣ ବଡ ପରଦାରେ ପ୍ରଦର୍ଶିତ କରାଯାଇଥିଲା । ଏହି ଅବସରରେ ୭ ଜଣ ହିତାଧିକାରୀଙ୍କୁ ପ୍ରଧାନମନ୍ତ୍ରୀ ଆବାସ ଗୃହ କାର୍ଯ୍ୟାଦେଶ ବଣ୍ଟନ କରାଯାଇଥିଲା । ଏହାପରେ ଛାତ୍ରଛାତ୍ରୀ ଓ ଓ.ଏଲ.ଏମ.ର ମହିଳା କର୍ମଚାରୀଙ୍କ ଦ୍ଵାରା ସାଂସ୍କୃତିକ କାର୍ଯ୍ୟକ୍ରମ ପରିବେଷିତ ହୋଇଥିଲା । ଏହି କାର୍ଯ୍ୟକ୍ରମରେ ମୁରିବାହାଲ ବ୍ଲକର ସମସ୍ତ କର୍ମଚାରୀ, ସମସ୍ତ ଅଙ୍ଗନୱାଡ଼ି ସୁପରଭାଇଜର, କର୍ମୀ, ଓ.ଏଲ.ଏମ.ର ଏମବିକେ, ସିଆରପି, କୃଷିମିତ୍ର, ପ୍ରାଣୀମିତ୍ରଙ୍କ ସହ ବ୍ଲକର ସମସ୍ତ ମହିଳା ସ୍ଵଂୟ ସହାୟକ ଗୋଷ୍ଠୀର ଶତାଧିକ ସଦସ୍ୟା ଯୋଗ ଦେଇଥିଲେ । ବିପିଏମ ଡଃ. ଦୀପ ଧନ୍ୟବାଦ ଦେଇଥିଲେ ।

Leave A Reply

Your email address will not be published.