ମହୁମାଛି ଆକ୍ରମଣ : ଜଣେ ମୃତ, ୪ ଗୁରୁତର

କଳାହାଣ୍ଡି : କଳାହାଣ୍ଡି ଜିଲ୍ଲା ବିଜେପୁର ଥାନା ବେତିଆପଡ଼ା ୠାଁରେ ଅଘଟଣ । ଗାଁରେ ମହୁମାଛି ଆକ୍ରମଣରେ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୪ ଜଣ ଗୁରୁତର ହୋଇଛନ୍ତି । ସୂଚନା ଅନୁସାରେ, ବେତିଆପଡ଼ା ଗାଁରେ ୫ ଜଣ ଶୁକ୍ରବାର ସନ୍ଧ୍ୟାରେ ଟିଟିଙ୍ଗ ଝରଣ ମହୁଲ ଗଛ ଭଟା ଜଙ୍ଗଲକୁ ଜାଳେଣି କାଠ କାଟିବାକୁ ଯାଇଥିଲେ । ଏହି ସମୟରେ ହଠାତ୍‌ ମହୁମାଛି ଆକ୍ରମଣ କରିଥିଲେ । ଯାହାଫଳରେ ୫ ଜଣ ଗୁରୁତର ହୋଇଥିଲେ । ଗୁରୁତର ଅବସ୍ଥାରେ ସମସ୍ତଙ୍କୁ ନିକଟସ୍ଥ ବେନଗାଁ ମେଡିକାଲରେ ଭର୍ତ୍ତି କରାଯାଇଛି । ହେଲେ ସେଠାରେ ଜଣଙ୍କର ମୃତ୍ୟୁ ହୋଇଯାଇଛି । ମୃତକଙ୍କ ନାମ ବୁର୍ଜା ମାଝୀ ବୋଲି ଜଣାପଡିଛି । ପୋଲିସ ମୃତଦେହକୁ ଜବତ କରି ବ୍ୟବଚ୍ଛେଦ ପାଇଁ ପାଂଇଛି । ବିଜେପୁର ପୋଲିସ ଘଟଣାର ଛାନ୍‌ଭିନ୍‌ ଜାରି ରଖିଛି ।

Leave A Reply

Your email address will not be published.