ଜଳପ୍ରପାତରେ ବୁଡି ଦୁଇ ଡାକ୍ତରୀ ଛାତ୍ରୀ ମୃତ

ମାଲକାନଗିରି : ଜଳପ୍ରପାତରେ ବୁଡି ଦୁଇ ଡାକ୍ତରୀ ଛାତ୍ରୀ ମୃତ । ସୂଚନା ଅନୁସାରେ, ମାଲକାନଗିରି ଜିଲ୍ଲାର ମୋଟୁ ଠାରୁ ପ୍ରାୟ ୪୦ କିମି ଦୂରରେ ଥିବା ଆନ୍ଧ୍ରପ୍ରଦେଶର ଆଲୁରି ଜିଲ୍ଲାର ଜଳ ତରଙ୍ଗିନୀ ଝରଣାକୁ ୧୩ ଜଣ ଡାକ୍ତରୀ ଛାତ୍ର ବୁଲିବାକୁ ଯାଇଥିଲେ । ଜଳ ପ୍ରପାତ ନିକଟରେ ସମସ୍ତେ ବସିଥିବା ବେଳେ ହଠାତ୍‌ ପ୍ରଖର ସ୍ରୋତ ଆସିବାରୁ ୪ ଜଣ ଛାତ୍ରୀ ଓ ଜଣେ ଛାତ୍ର ପାଣି ମଧ୍ୟରେ ଭାସି ଯାଇଥିଲେ । ସେଠାରୁ ଜଣେ ଛାତ୍ର ଓ ଜଣେ ଛାତ୍ରୀଙ୍କୁ ଉଦ୍ଧାର କରାଯାଇଥିଲା ଏବଂ ଅନ୍ୟ ୩ ଜଣ ଛାତ୍ରୀ ପାଣି ମଧ୍ୟରେ ଭାସି ଯାଇଥିଲେ । ଉଦ୍ଧାର ହୋଇଥିବା ୨ ଜଣଙ୍କୁ ରାଜମହେନ୍ଦ୍ରୀ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଥିବା ଖବର ମିଳିଛି । ଯାହାଙ୍କ ମଧ୍ୟରୁ ଜଣକ ଅବସ୍ଥା ଗୁରୁତର ଥିବା ଜଣାପଡିଛି । ପାଣିରେ ଭାସି ଯାଇଥିବା ୩ ଜଣଙ୍କ ମଧ୍ୟରୁ ଜଣେ ନିଖୋଜ ଥିବା ବେଳେ ଅନ୍ୟ ୨ ଜଣ ଛାତ୍ରୀଙ୍କ ମୃତଦେହ ଉଦ୍ଧାର ହୋଇଛି ।

Leave A Reply

Your email address will not be published.

error: Content is protected !!