ପଣ୍ଡିତ ଦୀନଦୟାଲଜୀଙ୍କ ଜୟନ୍ତୀ ପାଳିତ

ରାଉରକେଲା, (ସସ୍ମିତା ପ୍ରଧାନ) : ରାଉରକେଲ ସେକ୍ଟର ୩ ସ୍ଥିତ ବିଜେପି ଜିଲ୍ଲା କାର୍ଯ୍ୟାଳୟରେ ବିଜେପି ପାନପୋଷ ସାଂଗଠନିକ ଜିଲ୍ଲା ସଭାନେତ୍ରୀ ଲତିକା ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଭାରତୀୟ ଜନସଂଘର ପ୍ରଖର ରାଷ୍ଟ୍ରୀୟ ନେତା, ତଥା ଅନ୍ତୋଦୟ ଓ ଏକାତ୍ମ ମାନବ ବାଦର ପ୍ରଣେତା ପଣ୍ଡିତ ଦୀନଦୟାଲ ଉପାଧ୍ୟାୟଙ୍କ ଜନ୍ମ ଜୟନ୍ତୀ ପାଳନ କରାଯାଇଥିଲା । ଉକ୍ତ କାର୍ଯ୍ୟକ୍ରମରେ ରଘୁନାଥପଲ୍ଲୀ ବିଧାୟକ ଦୁର୍ଗା ଚରଣ ତନ୍ତୀ ଓ ଉପସ୍ଥିତ ସମସ୍ତ ନେତୃବୃନ୍ଦ ପଣ୍ଡିତ ଦୀନଦୟାଲଙ୍କ ଫଟୋଚିତ୍ରରେ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଥିଲେ । ଶ୍ରୀ ତନ୍ତୀ ତାଙ୍କ ବକ୍ତବ୍ୟରେ ଦୀନଦୟାଲଜୀଙ୍କ ବାଲ୍ୟକାଳର ଦୁଃଖଦ ଘଟଣାବଳୀ ସହିତ ତାଙ୍କର ସଂଘର୍ଷମୟ ଜୀବନୀ, ରାଜନୌତିକ ଓ ରାଷ୍ଟ୍ରୀୟତା ଚିନ୍ତାଧାରା ଉପରେ ଆଲୋକପାତ କରିଥିଲେ । ଏକାତ୍ମ ମାନବବାଦର ପ୍ରଣେତା ଓ ଅନ୍ତୋଦୟର ପ୍ରବର୍ତ୍ତକ ଥିଲେ ପଣ୍ଡିତ ଦୀନଦୟାଲ । ୩୭୦ ଧାରାକୁ ଉଚ୍ଛେଦ କରିବା ଥିଲା ତାଙ୍କର ରାଷ୍ଟ୍ରୀୟତା ଚିନ୍ତାଧାରା ଯାହାକୁ ଯସ୍ୱଶି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ କାର୍ଯ୍ୟରେ ପରିଣତ କରିଛନ୍ତି । ଜିଲ୍ଲା ସଭାନେତ୍ରୀ ଲତିକା ପଟ୍ଟନାୟକ, ରାଜ୍ୟ ମୁଖପାତ୍ର ଧିରେନ୍ ସେନାପତି ପ୍ରମୁଖ ପଣ୍ଡିତ ଦୀନଦୟାଲଜୀଙ୍କ ସୃତି ଚାରଣ କରିଥିଲେ । ଏହି କାର୍ଯ୍ୟକ୍ରମକୁ ପରିଚାଳନା କରିଥିଲେ ଜିଲ୍ଲା ସାଧାରଣ ସମ୍ପାଦକ ସୁବ୍ରତ ପଟ୍ଟନାୟକ । କାର୍ଯ୍ୟକ୍ରମରେ ବରିଷ୍ଠ କାର୍ଯ୍ୟକର୍ତ୍ତା ରମେଶ ଅଗ୍ରୱାଲ, ସରୋଜ ଦାସ, ଦୀପକ ତିୱାରୀ, କୈଳାଶ ରାଉତ୍, ମନୋଜ ପଟ୍ଟନାୟକ, ପାର୍ଥପ୍ରତିମ ମହାପାତ୍ର, ଶ୍ରୀକାନ୍ତ ପାଢ଼ୀଙ୍କ ସମେତ ଜିଲ୍ଲା ଓ ମଣ୍ଡଳ ସ୍ତରୀୟ ନେତୃମଣ୍ଡଳୀ ଓ କର୍ମୀ ଉପସ୍ଥିତ ଥିଲେ ବୋଲି ଜିଲ୍ଲା ମୁଖ ପାତ୍ର ଗଙ୍ଗାଧର ଦାଶ ଏକ ପ୍ରେସ୍‌ ବିବୃତିରେ ଜଣାଇଛନ୍ତି ।

Leave A Reply

Your email address will not be published.