oom

କ୍ଲଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ ସୁରଭି କାର୍ଯ୍ୟକ୍ରମ

jsmm

ତରଭା, (କେପିଏନ୍‌ଏସ୍‌) : ତରଭା ବ୍ଲକ ପୁଆ କ୍ଲଷ୍ଟରର ଟକର୍ଲା ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ଠାରେ କ୍ଲଷ୍ଟରସ୍ତରୀୟ ଶିଶୁ ମହୋତ୍ସବ ସୁରଭି କାଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ଏହି କାର୍ଯ୍ୟକ୍ରମରେ ଅତିରିକ୍ତ ଗୋଷ୍ଠୀ ଶିକ୍ଷା ଅଧିକାରୀ କୃଷ୍ଣଚନ୍ଦ୍ର ପଣ୍ଡା ମୁଖ୍ୟ ଅତିଥି ପୁଆ ଉଚ୍ଚ ବିଦ୍ୟାଳୟର ପ୍ରଧାନ ଶିକ୍ଷକ ଯବଦୁ ମହାନନ୍ଦ ସଭାପତି, ଅବସର ପ୍ରାପ୍ତ ଅତିରିକ୍ତ ଗୋଷ୍ଠୀ ଶିକ୍ଷା ଅଧିକାରୀ ହରିଶ୍ଚନ୍ଦ୍ର ସାହୁ ମୁଖ୍ୟବକ୍ତା, ସାଧନ କର୍ମୀ ଦେବାଶିଷ ଗଡତିଆ, ଟକର୍ଲା ବିଦ୍ୟାଳୟର ପ୍ରଧାନ ଶିକ୍ଷକ ସୁଦାମ ସୁନା, ପରିଚାଳନା କମିଟି ସଭାପତି କ୍ଷୀରୋଦ୍ର ସାହୁ ସମ୍ମାନିତ ଅତିଥି ଭାବେ ମଂଚାସୀନ ଥିଲେ । କ୍ଲଷ୍ଟରର ୯ଟି ବିଦ୍ୟାଳୟରୁ ଛାତ୍ରଛାତ୍ରୀ ଅଂଶ ଗ୍ରହଣ କରି ବିଭିନ୍ନ ପ୍ରତିଯୋଗିତାରେ ଭାଗ ନେଇଥିଲେ । କୃତି ପ୍ରତିଯୋଗୀଙ୍କୁ ଅତିଥି ମାନଙ୍କ ଦ୍ୱାରା ପୁରସ୍କାର ପ୍ରଦାନ କରାଯାଇଥିଲା । ଟକର୍ଲା ବିଦ୍ୟାଳୟର ସହକାରୀ ଶିକ୍ଷକ ମେଘୁ ନାଗ ମଞ୍ଚ ପରିଚାଳନା କରିଥିଲେ । ବିଦ୍ୟାଳୟର ପରିଚାଳନା କମିଟି ଏବଂ ଆସିଥିବା ସମସ୍ତ ବିଦ୍ୟାଳୟର ଶିକ୍ଷକ ସମ୍ପୂର୍ଣ୍ଣ ସହଯୋଗ କରିଥିଲେ । ଟକର୍ଲା ବିଦ୍ୟାଳୟର ଶିକ୍ଷକମାନଙ୍କ ଦ୍ୱାରା ଧନ୍ୟବାଦ ଅର୍ପଣ କରାଯାଇଥିଲା ।

jittmm
Leave A Reply

Your email address will not be published.