lika

କ୍ଲଷ୍ଟରସ୍ତରୀୟ ସୁରଭି ମହୋତ୍ସବ

gbag

ଡେଲାଙ୍ଗ, (ଦିଲ୍ଲୀପ କୁମାର ଧାଉଡିଆ ) : ପୁରୀ ଜିଲ୍ଲା ଡେଲାଙ୍ଗ ବ୍ଲକ ଅନ୍ତର୍ଗତ ଘୋରଡ଼ିଆ ଆଞ୍ଚଳିକ ସାଧନା କେନ୍ଦ୍ର ପକ୍ଷରୁ ବିଜେବି ନୋଡାଲ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ, ଘନିପୁର ଠାରେ କ୍ଲଷ୍ଟରସ୍ତରୀୟ ଶିଶୁ ମହୋତ୍ସବ ସୁରଭି -୨୦୨୪ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ସିଆର୍‌ସିସି ତପନ କୁମାର ମଲ୍ଲିକଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥିଭାବେ ଘୋରଡ଼ିଆ ନୋଡାଲ ଉଚ୍ଚ ବିଦ୍ୟାଳୟର ପ୍ରଧାନ ଶିକ୍ଷକ ଉମେଶ ଚନ୍ଦ୍ର ଦାଶ, ମୁଖ୍ୟବକ୍ତା ରୂପେ ଶିକ୍ଷାବିତ୍‌ ପ୍ରକାଶ ଚନ୍ଦ୍ର ମାର୍ଥା, ସମ୍ମାନିତ ଭାବେ ପ୍ରଧାନ ଶିକ୍ଷକ ପ୍ରତାପ ଚନ୍ଦ୍ର ପଲେଇ, ପଙ୍କଜ ବେହେରା, ଅକ୍ଷୟ କୁମାର ଗିଲ, ସ୍ଥାନୀୟ ବିଦ୍ୟାଳୟର ପ୍ରଧାନ ଶିକ୍ଷୟିତ୍ରୀ ସାକିନା ବେଗମ, ପରିଚାଳନା କମିଟି ସଭାପତି ମରିୟମ ବିବି, ଉପସଭାପତି ପ୍ରସନ୍ନ କୁମାର ସାହୁ ପ୍ରମୁଖ ଯୋଗ ଦେଇଥିଲେ । କ୍ଲଷ୍ଟରର ୯ଟି ବିଦ୍ୟାଳୟରୁ ୧୩୦ ଜଣ ଛାତ୍ରଛାତ୍ରୀ ଅଂଶ ଗ୍ରହଣ କରି ବିଭିନ୍ନ ପ୍ରତିଯୋଗିତାରେ ଭାଗ ନେଇଥିଲେ । ଛାତ୍ରଛାତ୍ରୀ ମାନଙ୍କ ଦ୍ୱାରା ରଙ୍ଗାରଙ୍ଗ ସାଂକୃତିକ କାର୍ଯ୍ୟକ୍ରମ ପରିବେଷଣ କରିଥିଲେ । କୃତି ପ୍ରତିଯୋଗୀଙ୍କୁ ଅତିଥି ମାନଙ୍କ ଦ୍ୱାରା ପୁରସ୍କାର ପ୍ରଦାନ କରାଯାଇଥିଲା । ପ୍ରଧାନ ଶିକ୍ଷୟିତ୍ରୀ ସାକିନା ବେଗମ ମଞ୍ଚ ପରିଚାଳନା କରିଥିଲେ । ବିଦ୍ୟାଳୟର ପରିଚାଳନା କମିଟି ଏବଂ ଆସିଥିବା ସମସ୍ତ ବିଦ୍ୟାଳୟର ଶିକ୍ଷକ / ଶିକ୍ଷୟିତ୍ରୀ ସମ୍ପୂର୍ଣ୍ଣ ସହଯୋଗ କରିଥିଲେ । ଶେଷରେ ଶିକ୍ଷାବିତ୍‌ ପ୍ରତାପ ଚନ୍ଦ୍ର ପଲେଇ ଧନ୍ୟବାଦ ଅର୍ପଣ କରିଥିଲେ ।

babaa
Leave A Reply

Your email address will not be published.