csstore

ଡେଲାଙ୍ଗ ସମନ୍ୱିତ ଶିଶୁ ବିକାଶ ପ୍ରକଳ୍ପ ପକ୍ଷରୁ ପୋଷଣ ମାସ ପାଳନ

ଡେଲାଙ୍ଗ, (ଦିଲ୍ଲୀପ କୁମାର ଧାଉଡିଆ) : ପୁରୀ ଜିଲ୍ଲା ଡେଲାଙ୍ଗ ବ୍ଲକ ସମନ୍ୱିତ ଶିଶୁ ବିକାଶ ପ୍ରକଳ୍ପ ଆନୁକୂଲ୍ୟରେ ବ୍ଲକସ୍ତରୀୟ ପୋଷଣ ମାସ ପାଳନ କାର୍ଯ୍ୟକ୍ରମ ସୋମବାର ଅନୁଷ୍ଠିତ ହୋଇଯାଇଛି । ଉକ୍ତ କାର୍ଯ୍ୟକ୍ରମକୁ ଡେଲାଙ୍ଗ ବ୍ଲକ ସିଡିପିଓ ଜାପାନୀ କୁମାରୀ ମିତ୍ରଙ୍କ ତତ୍ତ୍ୱାବଧାନ ଅନୁଷ୍ଠିତ ଉତ୍ସବରେ ମୁଖ୍ୟଅତିଥି ଭାବରେ ପିପିଲି ବିଧାୟକ ଆଶ୍ରିତ ପଟ୍ଟନାୟକ, ତାଙ୍କ ସହିତ ବ୍ଲକ ଅଧ୍ୟକ୍ଷା ବାସନ୍ତୀ ସାହୁ, ଉପାଧ୍ୟକ୍ଷ ଦୁର୍ବାଷା ନିଶଙ୍କ, ବିଡ଼ିଓ କ୍ଷିତୀଶ ବେହେରା, ବ୍ଲକ ଆସିଷ୍ଟାଣ୍ଟ ଇଞ୍ଜିନିଅର ସୁବ୍ରତ କୁମାର ବାରିକ ପ୍ରମୁଖ ଯୋଗଦାନ କରି କାର୍ଯ୍ୟକ୍ରମକୁ ଆନୁଷ୍ଠାନିକ ଭାବରେ ଉଦ୍‌ଘାଟନ କରିଥିଲେ । ଉତ୍ସବରେ ଅନ୍ୟତମ ସମ୍ମାନିତ ଅତିଥି ଭାବରେ ଡେଲାଙ୍ଗ ମଣ୍ଡଳ ଶିକ୍ଷାଧିକାରୀ ବିନୋଦ ପରମାଣିକ, ଅତିରିକ୍ତ ଗୋଷ୍ଠୀ ଶିକ୍ଷାଧିକାରୀ ସୁଷମା ଦାଶ ପ୍ରମୁଖ ଯୋଗଦାନ କରି ରକ୍ତହୀନତା ବିଷୟରେ ସଚେତନତା ହେବା, ସୁସ୍ଥ ଜୀବନ ପାଇଁ ସୁଷମ ଖାଦ୍ୟ ଖାଇବା ସହିତ ପରିଷ୍କାର ପରିଚ୍ଛନ୍ନତା ଉପରେ ଗୁରୁତ୍ୱ ଦେବା ସହ ଶିଶୁର ଅଭିବୃଦ୍ଧି ନିରୀକ୍ଷଣ କରିବା ଉପରେ ଅତିଥିମାନେ ମତବ୍ୟକ୍ତ କରିଥିଲେ । ଏହି ଅଭିଯାନର ଉଦ୍ଦେଶ୍ୟ ହେଉଛି ସମଗ୍ର ଦେଶରେ ପୃଷ୍ଟିହୀନତାର ମୁକାବିଲା ଏବଂ ସାମଗ୍ରିକ ସୁସ୍ଥତାକୁ ପ୍ରୋତ୍ସାହିତ କରିବା, ଶିଶୁ, କିଶୋରୀ, ଗର୍ଭବତୀ ମହିଳା ଏବଂ ସ୍ତନ୍ୟପାନ କରାଯାଉଥିବା ମା’ମାନଙ୍କ ମଧ୍ୟରେ ପୃଷ୍ଟିହୀନତାର ମୁକାବିଲା କରିବାକୁ ପ୍ରତିଶୃତିବଦ୍ଧ । ଶେଷରେ ବିପିସି ଶାନ୍ତିଲତା ନନ୍ଦ ଧନ୍ୟବାଦ ଅର୍ପଣ କରିଥିଲେ । ସିଆର୍‌ପି, ଏମ୍‌ବିକେ, ମିଶନ ଶକ୍ତି ସଦସ୍ୟା ଓ ସମସ୍ତ ଅଙ୍ଗନୱାଡି କର୍ମୀମାନେ ଉପସ୍ଥିତ ରହି କାର୍ଯ୍ୟକ୍ରମ ସହଯୋଗ କରିଥିଲେ ।

jayashree
Leave A Reply

Your email address will not be published.