ପାଇକମାଲ ହାଇସ୍କୁଲରେ ଗାନ୍ଧୀ ଓ ଶାସ୍ତ୍ରୀ ଜୟନ୍ତୀ

ପଦ୍ମପୁର, (ନିରୋଜ କୁମାର ପାଣୀ) : ପଦ୍ମପୁର ଉପଖଣ୍ଡ ପାଇକମାଲ ସରକାରୀ ଉଚ୍ଚ ବିଦ୍ୟାଳୟରେ ଗାନ୍ଧୀ ଓ ଶାସ୍ତ୍ରୀ ଜୟନ୍ତୀ ଭାରପ୍ରାପ୍ତ ପ୍ରଧାନ ଶିକ୍ଷୟିତ୍ରୀ ଜ୍ୟୋତିର୍ମୟୀ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଛି । ପ୍ରଥମେ ଗାନ୍ଧୀ ଓ ଶାସ୍ତ୍ରୀଜୀଙ୍କ ଫଟୋଚିତ୍ରରେ ମାଲ୍ୟାର୍ପଣ କରାଯାଇଥିଲା ଏବଂ ଛାତ୍ରଛାତ୍ରୀ ମାନଙ୍କ ଦ୍ଵାରା ଗାନ୍ଧିଜୀଙ୍କ ପ୍ରିୟ ଭଜନ ବୈଷ୍ଣବ ଜନତୋ ଗାନ କରାଯାଇଥିଲା । ଛାତ୍ରଛାତ୍ରୀ ମାନଙ୍କ ମଧ୍ୟରେ ବକୃତା ପ୍ରତିଯୋଗିତା ଆୟୋଜନ କରାଯାଇଥିଲା । ରଜତ କୁମାର ସାହୁ ଉଭୟ ମହାପୁରୁଷଙ୍କ ଜୀବନୀ ବିଷୟରେ ଆଲୋକପାତ କରିଥିଲେ । କାର୍ଯ୍ୟକ୍ରମରେ ବବିତା ବେହେରା, ଆନନ୍ଦିନୀ ସେଠ୍, ନିରୁପମା ସାହୁ, ଲଲିତ କୁମାର ବିଶ୍ୱାଳ ପ୍ରମୁଖ ମଞ୍ଚାସୀନ ଥିଲେ । ତ୍ରିଲୋଚନ ନାୟକ ସଭା ପରିଚାଳନା ଓ ସୁଦାମ ପାଣ୍ଡେ ଧନ୍ୟବାଦ ଅର୍ପଣ କରିଥିଲେ ।

Leave A Reply

Your email address will not be published.

error: Content is protected !!