ଗାନ୍ଧୀ ଶାନ୍ତି ପ୍ରତିଷ୍ଠାନ ଦ୍ୱାରା ଗାନ୍ଧୀ ଜୟନ୍ତୀ ପାଳିତ

ରାଉରକେଲା, (ସସ୍ମିତା ପ୍ରଧାନ) : ସେକ୍ଟର ୨୦ସ୍ଥିତ ଗାନ୍ଧୀ ଶାନ୍ତି ପ୍ରତିଷ୍ଠାନ ଦ୍ୱାରା ଜାତିର ପିତା ମହାତ୍ମା ଗାନ୍ଧୀଙ୍କ ଜୟନ୍ତୀ ମହାସମାରୋହରେ ପାଳିତ ହୋଇଯାଇଛି । ପ୍ରତିଷ୍ଠାନର ମୁଖ୍ୟ ଉଦ୍ୟେକ୍ତା ଭଗବତୀ ଜେନାଙ୍କ ଆବାହକତ୍ଵରେ ଆୟୋଜିତ ଏହି କାର୍ଯ୍ୟକ୍ରମରେ ଗାନ୍ଧୀ ଫାଉଣ୍ଡେସନର ଜାତୀୟ ସଭାପତି ଜଷ୍ଟିସ ମନୋରଞ୍ଜନ ମହାନ୍ତି ମୁଖ୍ୟଅତିଥି ଭାବେ ଯୋଗଦେଇ କାର୍ଯ୍ୟକ୍ରମକୁ ଉଦ୍‌ଘାଟନ କରିବା ସହ ଗାନ୍ଧୀଙ୍କ ଅହିଂସା ଆଦର୍ଶରେ ଅନୁପ୍ରାଣିତ ହୋଇ ଦେଶସେବାରେ ସାମିଲ ହେବାକୁ ଆହ୍ୱାନ ଦେଇଥିଲେ । ଗାନ୍ଧୀଙ୍କ ଅହିଂସା ନୀତି କିଭଳି ଦେଶ କାହିଁକି ସମଗ୍ର ବିଶ୍ଵରେ ଏକ ସ୍ୱତନ୍ତ୍ର ପରିଚୟ ସୃଷ୍ଟି କରିପାରିଥିଲା ସେ ସମ୍ପର୍କରେ ବକ୍ତବ୍ୟ ରଖିବା ସହ ସ୍ୱଚ୍ଛତାକୁ ଗୁରୁତ୍ୱାରୋପ କରିଥିଲେ । ପ୍ରାରମ୍ଭରେ ବିଭିନ୍ନ ବିଦ୍ୟାଳୟରୁ ଆସିଥିବା ଛାତ୍ରଛାତ୍ରୀମାନେ ପ୍ରଭାତ ଫେରି କରିଥିଲେ । ଏହି ଅବସରରେ ପୂର୍ବରୁ ଆୟୋଜିତ ହୋଇଥିବା ଗାନ୍ଧୀ ସମ୍ପର୍କୀତ ପ୍ରଶ୍ନୋତ୍ତର ପ୍ରତିଯୋଗିତାରେ କୃତିତ୍ୱ ହାସଲ କରିଥିବା ପ୍ରତିଯୋଗୀଙ୍କୁ ଅତିଥିମାନେ ପୁରସ୍କୃତ କରିଥିଲେ । ଏହି କାର୍ଯ୍ୟକ୍ରମରେ ଡ଼ଃ. ସୁମନ ଦତ୍ତ, ପ୍ରଫେସର ଡ଼ଃ. ଅଜିତ ବେହେରା ପ୍ରମୁଖ ସମ୍ମାନିତ ଅତିଥି ଭାବେ ଯୋଗଦେଇ ଗାନ୍ଧୀଙ୍କ ସମ୍ପର୍କରେ ଆଲୋଚନା କରିଥିଲେ । ଅନ୍ୟମାନଙ୍କ ମଧ୍ୟରେ ସସ୍ମିତା ପ୍ରଧାନ, ରାଜକିଶୋର ମିଶ୍ର, ବିପଦ ଭଞ୍ଜନ ପଣ୍ଡା, ଅନୁପମ ଗୁପ୍ତା, ସନ୍ତୋଷ ନାୟକ, ରଶ୍ମିବାଳା ସାମଲ, ବସନ୍ତ କୁମାର ଅଗ୍ରୱାଲ, ରଜତ କୁମାର ମିଶ୍ର, ଆୟୁଷ କୁମାର ସେଠି ପ୍ରମୁଖ ଉପସ୍ଥିତ ରହି କାର୍ଯ୍ୟକ୍ରମ ପରିଚାଳନାରେ ସହଯୋଗ କରିଥିଲେ । ଶେଷରେ ଆବାହିକା ଭଗବତୀ ଜେନା ଧନ୍ୟବାଦ ଅର୍ପଣ କରିଥିଲେ ।

Leave A Reply

Your email address will not be published.

error: Content is protected !!