jsm

ବ୍ଲକସ୍ତରୀୟ ନିପୁଣ ଓଡିଶା ଲୋଗୋ ଉନ୍ମୋଚନ କାର୍ଯ୍ୟକ୍ରମ

csstore

ଜୟପାଟଣା, (ଶେଷଦେବ ବେହେରା) : କଳାହାଣ୍ଡି ଜିଲ୍ଲା ଜୟପାଟଣା ଗୋଷ୍ଠୀ ଶିକ୍ଷା କାର୍ଯ୍ୟାଳୟ ସମଗ୍ର ଶିକ୍ଷା ଆନୁକୂଲ୍ୟରେ ସ୍ଥାନୀୟ ପଂଚାୟତ ବାଳିକା ଉଚ୍ଚ ବିଦ୍ୟାଳୟ ଜୟପାଟଣା ଠାରେ ବ୍ଲକ ସ୍ତରୀୟ ନିପୁଣ ଓଡିଶା ଲୋଗୋ ଉନ୍ମୋଚନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଅଛି । ଏହି ପରିପ୍ରେକ୍ଷୀରେ ଗୋଷ୍ଠୀ ଶିକ୍ଷା ଅଧିକାରୀ ପ୍ରେମ ନାରାୟଣ ପଣ୍ଡା ସଭାପତିତ୍ୱ କରିଥିବା ବେଳେ ପଂଚାୟତ ସମିତି ଉପାଧ୍ୟକ୍ଷା ଶ୍ରୀମତୀ ଜାନକୀ ବାଣୁଆ ମୁଖ୍ୟ ଅତିଥି, ଗୋଷ୍ଠୀ ଉନ୍ନୟନ ଅଧିକାରୀ ଧର୍ମରାଜ ମାଝୀ, ସ୍ୱତନ୍ତ୍ର ଅତିଥି ଗୋଷ୍ଠୀ ସାଧନ କେନ୍ଦ୍ର ସଂଯୋଜକ ସୁରେନ୍ଦ୍ର ମୋହନ ଯୋଶୀ, ଅତିରିକ୍ତ ଗୋଷ୍ଠୀ ଶିକ୍ଷା ଅଧିକାରୀ ପ୍ରଭାତ କୁମାର ଖମାରି, ପୂର୍ଣ୍ଣଚନ୍ଦ୍ର ପଣ୍ଡା, ବରିଷ୍ଠ ସାମ୍ବାଦିକ ଶେଷଦେବ ବେହେରା, ଅସ୍ରଫ ଅଲ୍ଲୀ ଓ ବ୍ଲକ ପ୍ରାଥମିକ ଶିକ୍ଷକ ସଂଘ ସମ୍ପାଦକ ଲଳିତ କୁମାର ନାଏକ ପ୍ରମୁଖ ସମ୍ମାନିତ ଅତିଥି ଭାବେ ମଞ୍ଚାସୀନ ହୋଇ ନିପୁଣ ଓଡିଶା ଲୋଗୋ ଉନ୍ମୋଚନ କରିବା ସହ ଏହାର ଲକ୍ଷ୍ୟ ଉଦ୍ଦେଶ୍ୟ ଓ କାର୍ଯ୍ୟକାରିତା ସମ୍ପର୍କରେ ଅଭିଭାଷଣ ପ୍ରଦାନ କରିଥିଲେ । ଏହି କାର୍ଯ୍ୟକ୍ରମରେ ବ୍ଲକ ଅନ୍ତର୍ଗତ ବିଭିନ୍ନ ବିଦ୍ୟାଳୟ ଗୁଡ଼ିକରୁ ପ୍ରଧାନ ଶିକ୍ଷକ ଓ ଏଫ୍‌ଏଲ୍‌ଏନ୍‌ ଶିକ୍ଷକଶିକ୍ଷୟିତ୍ରୀ ମାନେ ଯୋଗଦାନ କରିଥିବା ସହ ଆଞ୍ଚଳିକ ସାଧନ କେନ୍ଦ୍ର ସଂଯୋଜକ କୁଚାଗାଁ ଅନନ୍ତ ନାରାୟଣ ପଣ୍ଡା ମଞ୍ଚ ପରିଚାଳନା କରିଥିଲେ ଏବଂ ସମସ୍ତ ସିଆର୍‌ସିସି ସହଯୋଗ ପ୍ରଦାନ କରିଥିଲେ ।

yuvodaya
Leave A Reply

Your email address will not be published.