oom

ଆଶାକର୍ମୀ ସଂଘ ପକ୍ଷରୁ ଜିଲ୍ଲାପାଳଙ୍କୁ ୬ ଦଫା ଦାବିପତ୍ର ପ୍ରଦାନ

jsmm

ରାୟଗଡ଼ା, (ଅକ୍ଷୟ କୁମାର ପିଡ଼ିସିକା) : ଭାରତୀୟ ମଜଦୁର ସଂଘ ଦ୍ଵାରା ପରିଚାଳିତ ଆଶାକର୍ମୀ ସଂଘ ପକ୍ଷରୁ ଜିଲ୍ଲାପାଳଙ୍କୁ ୬ ଦଫା ଦାବିପତ୍ର ପ୍ରଦାନ କରାଯାଇଛି । ଆଶାକର୍ମୀ ସଂଘର ଦୀର୍ଘ ଦିନର ଦାବି ପୁରଣ ହୋଇନଥିବା ଯୋଗୁଁ କେନ୍ଦ୍ର ଏବଂ ରାଜ୍ୟ ସଂଘର ନିଷ୍ପତ୍ତି କ୍ରମେ ସମସ୍ତେ ଜିଲ୍ଲାପାଳଙ୍କ ଜରିଆରେ ପ୍ରଧାନମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ୬ ଦଫା ଦାବିପତ୍ର ପ୍ରଦାନ କରିଛନ୍ତି । ରାୟଗଡ଼ା ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଏକତ୍ରିତ ହୋଇ ୬ ଦଫା ଦାବିପତ୍ର ରାୟଗଡ଼ା ଅତିରିକ୍ତ ଜିଲ୍ଲାପାଳ ଭାସ୍କର ରଇତଙ୍କୁ ପ୍ରଦାନ କରିବା ସହ ଚଳିତ ମାସ ୧୪ ତାରିଖ ମଧ୍ୟରେ ଦାବି ପୁରଣ ନହେଲେ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ କରି ଧାରଣାରେ ବସିବା ପାଇଁ ବାଧ୍ୟ ହେବୁ ବୋଲି ଚେତାବନୀ ଦେଇଥିଲେ । ଓଡ଼ିଶା ରାଜ୍ୟ ଆଶାକର୍ମୀ ସଂଘର ଜିଲ୍ଲା ସଭାନେତ୍ରୀ ତମାଳ ସାହୁକାର ଏବଂ ଜିଲ୍ଲା ସମ୍ପାଦିକା ଗୀତାଞ୍ଜଳୀ ହିଆଲଙ୍କ ସଂଯୋଜନାରେ ଉକ୍ତ କାର୍ଯ୍ୟକ୍ରମ ଆୟୋଜିତ ହୋଇଥିଲା । ଦାବିପତ୍ର ପ୍ରଦାନ ସମୟରେ ମୁଖ୍ୟ ଅତିଥି ଭାବେ ଶ୍ରମିକ ନେତା ତଥା ଭାରତୀୟ ମଜଦୁର ସଂଘର ରାଜ୍ୟ ଉପସଭାପତି ଯୋଗେଶ୍ଵର ଦାସ ସମ୍ମାନିତ ଅତିଥି ଭାବେ ଯୋଗ ଦେଇଥିବା ବେଳେ ରାୟଗଡ଼ା ଜିଲ୍ଲା ସମ୍ପାଦକ ଗଣେଶ କୁମାର ସାହୁ, ଓଡ଼ିଶା ରାଜ୍ୟ ଆଶାକର୍ମୀ ସଂଘର ରାଜ୍ୟ ଉପ ସଭାନେତ୍ରୀ ମମତା ବିଶ୍ଵାଳ, ନେହା ସିଂ, ପୁଷ୍ପାଞ୍ଜଳି ବେହୁରାଙ୍କ ସହ ଜିଲ୍ଲାର ସମସ୍ତ ଆଶାକର୍ମୀ ଯୋଗ ଦେଇଥିଲେ । ଉକ୍ତ ୬ ଦଫା ଦାବି ମଧ୍ୟରେ ଉଲ୍ଲେଖ ରହିଥିଲା ଯେ ଜାତୀୟ ସ୍ଵାସ୍ଥ୍ୟ ମିଶନକୁ ସ୍ଥାୟୀ କରାଯାଉ, ଆଶା କର୍ମୀ ମାନଙ୍କୁ ସରକାରୀ କର୍ମଚାରୀ ଭାବେ ଘୋଷଣା କରାଯାଉ, ଯେଉଁ ପର୍ଯ୍ୟନ୍ତ ସରକାରୀ ମାନ୍ୟତା ଦିଆଯାଇନାହିଁ ସେମାନଙ୍କୁ ମାସିକ ୧୮ ହଜାର ଟଙ୍କା ପ୍ରଦାନ କରାଯାଉ, ଆଶାକର୍ମୀ ମାନଙ୍କୁ ସାମାଜିକ ସୁରକ୍ଷା ପ୍ରଦାନ କରାଯାଉ, ଆଶାକର୍ମୀ ମାନଙ୍କୁ ଅବସରକାଳୀନ ସମୟରେ ୫ ଲକ୍ଷ ଟଙ୍କା ପ୍ରଦାନ କରିବା ସହ ମାସିକ ୫ ହଜାର ଟଙ୍କା ପେନ୍‌ସନ୍‌ ଦିଆଯାଉ, ସବୁ ପିଏଚ୍‌ସି / ସିଏଚ୍‌ସିରେ ଆଶା ଗୃହ ନିର୍ମାଣ କରାଯାଉ ବୋଲି ଦାବି ରହିଥିଲା ।

jittmm
Leave A Reply

Your email address will not be published.