ଅଡାକଷାରେ ଅନ୍ଧାରିବାଞ୍ଜି କ୍ଲଷ୍ଟରସ୍ତରୀୟ ସୁରଭି

ଡୁଙ୍ଗୁରିପାଲି, (କେପିଏନ୍‌ଏସ୍‌) : ସୁବର୍ଣ୍ଣପୁର ଜିଲ୍ଲା ଡୁଙ୍ଗୁରିପାଲି ବ୍ଲକ ଅନ୍ଧାରିବାଞ୍ଜି କ୍ଲଷ୍ଟର ସ୍ଥିତ ଅଡାକଷା ପ୍ରାଥମିକ ଓ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ପରିସରରେ କ୍ଲଷ୍ଟରସ୍ତରୀୟ ସୁରଭି ଅନୁଷ୍ଠିତ ହୋଇଯାଇଛି । ପ୍ରଧାନ ଶିକ୍ଷକ ବୃନ୍ଦାବନ ଭୋଇଙ୍କ ତତ୍ୱାବଧାନରେ ଅନୁଷ୍ଠିତ ଉତ୍ସବକୁ ଅନ୍ଧାରିବାଞ୍ଜି ସରପଞ୍ଚ ତେଜମୟୀ ସାହୁ ମୁଖ୍ୟ ଅତିଥିଭାବେ ଯୋଗଦେଇ ଉଦଘାଟନ କରିଥିଲେ । ସିଆରସିସି ଚିତ୍ତରଞ୍ଜନ ଠାକୁରଙ୍କ ସଭାପତିତ୍ୱରେ ଅନୁଷ୍ଠିତ ସଭାରେ ଗୋଷ୍ଠୀ ସହ ଶିକ୍ଷା ଅଧିକାରୀ ବଟକୃଷ୍ଣ ପାଢ଼ୀ ମୁଖ୍ୟ ବକ୍ତାଭାବେ ଯୋଗଦାନ କରି ସୃଜନଶୀଳତାର ବିକାଶ ପାଇଁ ସୁରଭି କାର୍ଯ୍ୟକ୍ରମର ଭୂମିକା ବିଷୟରେ ଆଲୋଚନା କରିଥିଲେ । ସହ ଗୋଷ୍ଠୀ ଶିକ୍ଷାଧିକାରୀ ଗଞ୍ଜଲୁ ମିର୍ଧା, ଜଗତ ମଲ୍ଲିକ, ଭୀମଟିକ୍ରା ଉଚ୍ଚ ବିଦ୍ୟାଳୟର ପ୍ରଧାନ ଶିକ୍ଷକ ବୀରେନ୍ଦ୍ର ସାହୁ, ଅନ୍ଧାରିବାଞ୍ଜି ଉଚ୍ଚ ବିଦ୍ୟାଳୟ ପ୍ରଧାନ ଶିକ୍ଷକ ବିନୋଦ ଦ୍ଵାରୀ ସମ୍ମାନିତ ଅତିଥିଭାବେ ଯୋଗଦେଇ ପୁରସ୍କାର ବିତରଣ କରିଥିଲେ । ଛାତ୍ରଛାତ୍ରୀଙ୍କ ମଧ୍ୟରେ ଅନୁଷ୍ଠିତ ପ୍ରତିଯୋଗିତା ଗୀତ, ସାଂସ୍କୃତିକ କାର୍ଯ୍ୟକ୍ରମ, ରଚନା ଲିଖନ, ସୃଜନଶୀଳ ଲିଖନ, କୁଇଜ, ବକ୍ତୃତା, ଚିତ୍ରକଳା, ଶିଳ୍ପକଳା, ଗଳ୍ପକଥନ, ଗଣିତ ଦୌଡ଼, ପ୍ରବନ୍ଧ ଲିଖନ, ତର୍କ, ବକ୍ତୃତାରେ ପ୍ରତିଯୋଗିତା ହୋଇଥିଲା । ଶିକ୍ଷକ ଅନିଲ ଭୋଇ, ଲଚ୍ଛମନ ବାଗ, ରାଜକେତନ ସୁନା, ହୃଷିକେଶ ବରିହା, ସଂଜୀବ ଦୀପ, ଜିତେନ୍ଦ୍ରିୟ ସେଠି, ଉତ୍କଳ ସାହୁ, ନାରାୟଣ ରଣା, ପ୍ରଭାତରଞ୍ଜନ ତ୍ରିପାଠୀ, ଶିକ୍ଷୟିତ୍ରୀ ପଦ୍ମାସିନୀ ପାଢ଼ୀ ସ୍ଵାଗତିକା ବିଶି, ଅନ୍ଧାରିବାଞ୍ଜି କ୍ଲଷ୍ଟରର ଶିକ୍ଷକ ଶିକ୍ଷୟିତ୍ରୀ ଓ ଅଡାକଷା ଗ୍ରାମବାସୀ ସହଯୋଗ କରିଥିଲେ । କାର୍ଯ୍ୟକ୍ରମକୁ ଶିକ୍ଷୟିତ୍ରୀ ପ୍ରତିମା ପଣ୍ଡା ପରିଚାଳନା କରିଥିବା ବେଳେ ଅଡାକଷା ପ୍ରାଥମିକ ବିଦ୍ୟାଳୟର ପ୍ରଧାନ ଶିକ୍ଷକ ନାରଦ ସୁନା ଶେଷରେ ଧନ୍ୟବାଦ ଅର୍ପଣ କରିଥିଲେ ।

Leave A Reply

Your email address will not be published.