ଟ୍ରକ୍‌କୁ ଧକ୍କା ଦେଲା ୧୦୮ ଆମ୍ବୁଲାନ୍ସ : ଜଣେ ମୃତ, ୨ ଆହତ

ସମ୍ବଲପୁର : ଭାରସାମ୍ୟ ହରାଇ ଟ୍ରକ୍‌କୁ ପଛ ପଟୁ ଧକ୍କା ଦେଲା ୧୦୮ ଆମ୍ବୁଲାନ୍ସ । ଏହି ଦୁର୍ଘଟଣାରେ ଆମ୍ବୁଲାନ୍ସ କର୍ମଚାରୀଙ୍କ ମୃତ୍ୟୁ ହୋଇଥିବା ବେଳେ ଡ୍ରାଇଭର ଓ ଅନ୍ୟ ଜଣେ ସହଯୋଗୀ କର୍ମଚାରୀ ଆହତ ହୋଇଛନ୍ତି ସୂଚନା ଅନୁସାରେ, ସମ୍ବଲପୁର ଜିଲ୍ଲା ଜୁଜୁମୁରା ତହସିଲ ଅଫିସ ନିକଟରେ ୫୫ ନମ୍ବର ଜାତୀୟ ରାଜପଥରେ ଏଭଳି ଦୁର୍ଘଟଣା ଘଟିଛି । ଆମ୍ବୁଲାନ୍ସଟି ଭାରସାମ୍ୟ ହରାଇ ଏକ ଟ୍ରକ୍‌କୁ ପଛ ପଟୁ ଧକ୍କା ଦେଇଥିଲା । ଏହି ଦୁର୍ଘଟଣାରେ ଜଣେ ଆମ୍ବୁଲାନ୍ସ କର୍ମଚାରୀଙ୍କର ଘଟଣାସ୍ଥଳରେ ହିଁ ମୃତ୍ୟୁ ହୋଇଯାଇଥିଲା । ଏହା ସହ ଆମ୍ବୁଲାନ୍ସର ଡ୍ରାଇଭର୍‌ ଓ ଅନ୍ୟଜଣେ ସହଯୋଗୀ କର୍ମଚାରୀ ମଧ୍ୟ ଆହତ ହୋଇଥିଲେ । ଏହା ଦେଖି ସ୍ଥାନୀୟଲୋକେ ତୁରନ୍ତ ପୋଲିସକୁ ଖବର ଜଣାଇଥିଲେ । ଖବର ପାଇ ଘଟଣାସ୍ଥଳରେ ପୋଲିସ ପହଞ୍ଚି ମୃତଦେହକୁ ଜବତ କରି ବ୍ୟବଚ୍ଛେଦ ପାଇଁ ପଠାଇଛି । ଏହା ସହ ଦୁର୍ଘଟଣାରେ ଆହତ ହୋଇଥିବା ଡ୍ରାଇଭର ଓ ଅନ୍ୟଜଣେ ସହଯୋଗୀ କର୍ମଚାରୀଙ୍କୁ ନିକଟସ୍ଥ ଡାକ୍ତରଖାନାକୁ ଚିକିତ୍ସା ପାଇଁ ପଠାଇଛି ପୋଲିସ ।

Leave A Reply

Your email address will not be published.