oom

ସୋନପୁର ବ୍ଲକସ୍ତରୀୟ ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର

jsmm
  • ବିଭିନ୍ନ ୩୧ ଗୋଟି ଅଭିଯୋଗ ଦରଖାସ୍ତ ଗ୍ରହଣ

ସୁବର୍ଣ୍ଣପୁର, (କେପିଏନ୍‌ଏସ୍‌) : ସୁବର୍ଣ୍ଣପୁର ଜିଲ୍ଲା ସୋନପୁର ବ୍ଲକସ୍ତରୀୟ ମିଳିତ ଅଭିଯୋଗ ଶୁଣାଣି ଓ ଉପଶମ ଶିବିର ସୁବର୍ଣ୍ଣପୁର ଜିଲ୍ଲାପରିଷଦ ସମ୍ମିଳନୀ କକ୍ଷ ଠାରେ ଅନୁଷ୍ଠିତ ହୋଇଯାଇଛି । ଜିଲ୍ଲାପାଳ ଶ୍ରୀମତୀ ଅନ୍ୟା ଦାସ ଓ ଆରକ୍ଷୀ ଅଧିକ୍ଷକ ରାମପ୍ରସାଦ ସାହୁ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିରରେ ଯୋଗଦାନ କରି ଜନସାଧାରଣଙ୍କ ବିଭିନ୍ନ ଆପତ୍ତି ଓ ସମସ୍ୟା ନିହିତ ୩୧ ଗୋଟି ପଞ୍ଜିକୃତ ଅଭିଯୋଗ ଦରଖାସ୍ତ ଗ୍ରହଣ କରିଥିଲେ । ୨୧ ଗୋଟି ଦରଖାସ୍ତ ବ୍ୟକ୍ତିଗତ ରହିଥିବା ବେଳେ ୧୦ ଗୋଟି ସାମୁହିକ ଦରଖାସ୍ତ ଗ୍ରହଣ କରାଯାଇଥିଲା । ସମସ୍ତ ଦରଖାସ୍ତ ଗୁଡିକୁ ନିର୍ଦ୍ଧିଷ୍ଟ ସମୟ ମଧ୍ୟରେ ସମାଧାନ କରିବା ପାଇଁ ସମ୍ପୃକ୍ତ ବିଭିନ୍ନ ବିଭାଗର ବିଭାଗୀୟ ଅଧିକାରୀଙ୍କୁ ପ୍ରଦାନ କରାଯାଇଛି । ବିଡିଓ, ସୋନପୁର ସୌମ୍ୟରଞ୍ଜନ ସ୍ୱାଇଁଙ୍କ ତତ୍ତ୍ୱାବଧାନରେ ଅନୁଷ୍ଠିତ ଯୁଗ୍ମ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମରେ ଅତିରିକ୍ତ ଜିଲ୍ଲାପାଳ ରାଜେନ୍ଦ୍ର ମାଝୀ, ମୁଖ୍ୟ ଉନ୍ନୟନ ଅଧିକାରୀ ଜିଲ୍ଲା ପରିଷଦ ଅଶ୍ୱିନୀ କୁମାର ମେହେର, ଉପଜିଲ୍ଲାପାଳ ସୋନପୁର ସୌମ୍ୟାରୂପା ରଥ, ପଞ୍ଚାୟତ ସମିତି ଅଧ୍ୟକ୍ଷ ସୋନପୁର ପ୍ରହଲ୍ଲାଦ ନାୟକ, ଅବକାରୀ ଅଧିକ୍ଷକ ପ୍ରବୀର କୁମାର ସାମଲ, ଅଧିକ୍ଷଣ ଯନ୍ତ୍ରୀ ପିଡବ୍ଲୁଡି ଇଂ ଦାମୋଦର କୈବର୍ତ୍ତ, ଜିଲ୍ଲା ମୁଖ୍ୟ ଯୋଗାଣ ଅଧିକାରୀ ସୁରେଶ ପାଣିଗ୍ରାହୀ, ଜିଲ୍ଲା ପଞ୍ଚାୟତ ଅଧିକାରୀ ଅର୍ଜୁନ ଚରଣ ମାଝୀ, ଜିଲ୍ଲା କୃଷି ଅଧିକାରୀ ଧୀରେନ୍ଦ୍ର ସିଂ ବରିହା, ଜିଲ୍ଲା ମଙ୍ଗଳ ଅଧିକାରୀ ଅଚ୍ୟୁତାନନ୍ଦ ସିଂ, ଜିଲ୍ଲା ସାମାଜିକ ସୁରକ୍ଷା ଅଧିକାରୀ ଗୋବିନ୍ଦ ବଲ୍ଲଭ ଷଡ଼ଙ୍ଗୀ, ଜିଲ୍ଲା ଶିକ୍ଷା ଅଧିକାରୀ ଲକ୍ଷ୍ମଣ ଭୋଇ, ଜିଲ୍ଲା କ୍ରୀଡା ଅଧିକାରୀ ଚିତ୍ତରଞ୍ଜନ ମିଶ୍ର, ଅଧିକ୍ଷଣ ଯନ୍ତ୍ରୀ ଆର୍‌ଡିବିଏନ୍‌ କେ. ରେଡ୍ଡୀ, ଜିଲ୍ଲା ସୂଚନା ଓ ଲୋକ ସମ୍ପର୍କ ଅଧିକାରୀ ଅଶ୍ୱିନୀ କୁମାର ଭୋଇ, ତହସିଲଦାର ସୋନପୁର ଯୋଗେଶ୍ୱର ଧରୁଆ, ଡେପୁଟି କଲେକ୍ଟର (ଗ୍ରୀଭେନସ) ଶୁଭଶ୍ରୀ ରଥଙ୍କ ସମେତ ବିଭିନ୍ନ ଜିଲ୍ଲାସ୍ତରୀୟ ଅଧିକାରୀ, ତହସିଲ ଓ ବ୍ଲକସ୍ତରୀୟ ଅଧିକାରୀ, ସାମ୍ବାଦିକ ପ୍ରମୁଖ ଯୋଗଦାନ କରିଥିଲେ ।

jittmm
Leave A Reply

Your email address will not be published.