lika

ରାଜ୍ୟରେ ଆଜି ୨୧୦ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ

gbag

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ରାଜ୍ୟରେ ଆଜି ୨୧୦ ନୂଆ କରୋନା ଆକ୍ରାନ୍ତ ଆଜି ଚିହ୍ନଟ ହୋଇଥିବା ବେଳେ ସେମାନଙ୍କ ମଧ୍ୟରୁ ୧୨୨ ଜଣ କ୍ୱାରେନ୍‌ଟାଇନ୍‌ରୁ ଏବଂ ୮୮ ଜଣ ଅଂଚଳିକ ସଂକ୍ରମଣରୁ ଚିହ୍ନଟ ହୋଇଥିବା ରାଜ୍ୟ ସୂଚନା ଓ ଲୋକ ସଂପର୍କ ବିଭାଗ ପକ୍ଷରୁ କୁହାଯାଇଛି । ଜିଲ୍ଲା ଅନୁସାରେ ଅନୁଗୁଳରୁ ୨୪, ବାଲେଶ୍ୱରରୁ ୯, ବରଗଡ଼ରୁ ୮, ଭଦ୍ରକରୁ ୨, ବଲାଙ୍ଗିରରୁ ୭, କଟକରୁ ୧୪, ଦେଓଗଡରୁ ୧, ଢେଙ୍କାନାଲରୁ ୨, ଗଜପତିରୁ ୫, ଗଞ୍ଜାମରୁ ୪, ଜଗତସିଂହପୁରରୁ ୪, ଯାଜପୁରରୁ ୯, ଝାରସୁଗୁଡ଼ାରୁ ୧୩, କଳାହାଣ୍ଡିରୁ ୪, କେନ୍ଦ୍ରାପଡାରୁ ୨, କେଉଁଝରରୁ ୧, ଖୋର୍ଦ୍ଧାରୁ ୧୩, ମାଲକାନଗିରିରୁ ୮, ମୟୁରଭଂଜରୁ ୮, ନୂଆପଡ଼ାରୁ ୫, ପୁରୀରୁ ୧୦, ରାୟଗଡାରୁ ୭, ସମ୍ବଲପୁରରୁ ୧୬, ସୋନପୁରରୁ ୧, ସୁନ୍ଦରଗଡ଼ରୁ ୩୦ ଓ ଷ୍ଟେଟ ପୁଲ୍‌ରୁ ୩ ଚିହ୍ନଟ ହୋଇଛନ୍ତି । ରାଜ୍ୟରେ ଏବେ ୨୧୪୧ ଜଣ ଏକ୍‌ଟିଭ୍‌ କରୋନା ସଂକ୍ରମିତ ଚିକିତ୍ସାଧୀନ ରହିଛନ୍ତି ।

sandip
Leave A Reply

Your email address will not be published.