ଜୁନାଗଡ ବ୍ଲକସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ

କଳାହାଣ୍ଡି, (ଶୁଭେନ୍ଦୁ କୁମାର ପଣ୍ଡା) : ଆଜି କଳାହାଣ୍ଡି ଜିଲ୍ଲା ଜୁନାଗଡ ବ୍ଲକ କାର୍ଯ୍ୟାଳୟରେ କଳାହାଣ୍ଡି ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଅଭିଯୋଗ ଓ ସମାଧାନ ଶିବିର ଅନୁଷ୍ଠିତ ହୋଇଯାଇଛି । । ଏହି ଯୁଗ୍ମ ଅଭିଯୋଗ ଶୁଣାଣି ଶିବିରରେ ଜିଲ୍ଲାପାଳ ପାୱାର ସଚିନ ପ୍ରକାଶ ଓ ଆରକ୍ଷୀ ଅଧିକ୍ଷକ ଅଭିଳାଷ ଜୀ ଯୋଗଦେଇ ଲୋକଙ୍କର ଆପତ୍ତି ଅଭିଯୋଗର ଶୁଣାଣି କରିଥିଲେ । ଏଥିରେ ବ୍ଲକର ବିଭିନ୍ନ ଅଞ୍ଚଳରୁ ଆସିଥିବା ୪୬ ଜଣଙ୍କର ନାମ ପଞ୍ଜୀକରଣ କରାଯାଇଥିଲା । ସେଥି ମଧ୍ୟରୁ ୨୫ ଗୋଟି ବ୍ୟକ୍ତିଗତ ଅଭିଯୋଗ ରହିଥିବା ବେଳେ ୨୧ଟି ସାମୁହିକ ଅଭିଯୋଗ ରହିଥିଲା । ଶିବିରରେ ୫ ଗୋଟି ସମସ୍ୟାର ତୁରନ୍ତ ସମାଧାନ କରାଯାଇଥିଲା । ସମସ୍ତଙ୍କର ଆପତ୍ତି ଅଭିଯୋଗର ଶୁଣାଣି କରି ଜିଲ୍ଲାପାଳ ପାୱାର ସଚିନ ପ୍ରକାଶ ସମ୍ପୃକ୍ତ ବିଭାଗୀୟ ଅଧିକାରୀ ମାନଙ୍କୁ ଆବଶ୍ୟକ ପଦକ୍ଷେପ ଗ୍ରହଣ କରି ସମସ୍ୟାର ତୁରନ୍ତ ସମାଧାନ କରିବା ପାଇଁ ନିର୍ଦ୍ଦେଶ ଦେଇଥିଲେ । ଏହି ଯୁଗ୍ମ ଶୁଣାଣି ଶିବିରରେ ଅନ୍ୟମାନଙ୍କ ମଧ୍ୟରେ ଧର୍ମଗଡ଼ ଉପଜିଲ୍ଲାପାଳ ଧିମାନ ଚକମାଙ୍କ ସମେତ ବିଭିନ୍ନ ବିଭାଗୀୟ ଜିଲ୍ଲାସ୍ତରୀୟ ଅଧିକାରୀ, ବ୍ଲକ ଅଧ୍ୟକ୍ଷ, ତହସିଲଦାର, ବ୍ଲକସ୍ତରୀୟ ଅଧିକାରୀ ପ୍ରମୁଖ ଯୋଗ ଦେଇଥିଲେ ।

Leave A Reply

Your email address will not be published.