କେନ୍ଦ୍ର ସରକାରୀ କର୍ମଚାରୀଙ୍କୁ ମହଙ୍ଗା ଭତ୍ତା ଏବଂ ପେନ୍‌ସନ୍‌ଭୋଗୀଙ୍କୁ ମହଙ୍ଗା ସହାୟତାରେ ଅତିରିକ୍ତ ତିନି ପ୍ରତିଶତ ବୃଦ୍ଧିକୁ କ୍ୟାବିନେଟ୍ ମଞ୍ଜୁରୀ

ନୂଆଦିଲ୍ଲୀ, (ପିଆଇବି) : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ କେନ୍ଦ୍ର କ୍ୟାବିନେଟ୍‌ ବୈଠକରେ କେନ୍ଦ୍ର ସରକାରୀ କର୍ମଚାରୀଙ୍କୁ ମହଙ୍ଗା ଭତ୍ତା (ଡିଏ) ଏବଂ ପେନ୍‌ସନ୍‌ଭୋଗୀମାନଙ୍କୁ ମହଙ୍ଗା ସହାୟତା (ଡିଆର)ରେ ଅତିରିକ୍ତ କିସ୍ତି ବୃଦ୍ଧିକୁ ଅନୁମୋଦନ କରାଯାଇଛି । ଦରଦାମ୍ ବୃଦ୍ଧିର ଭରଣା ପାଇଁ ମୂଳ ବେତନ/ପେନ୍‌ସନ୍‌ର ବର୍ତ୍ତମାନର ୫୦% ଉପରେ ଅତିରିକ୍ତ ତିନି ପ୍ରତିଶତ (୩%) ଡିଏ/ଡିଆର ବୃଦ୍ଧିକୁ କ୍ୟାବିନେଟ୍ ମଞ୍ଜୁର କରିଛି । ସପ୍ତମ କେନ୍ଦ୍ରୀୟ ବେତନ ଆୟୋଗଙ୍କ ସୁପାରିସ ଆଧାରରେ ସ୍ୱୀକୃତ ଫର୍ମୁଲା ମୁତାବକ ଏହି ବୃଦ୍ଧି କରାଯାଇଛି । ଉଭୟ ଡିଏ ଓ ଡିଆର୍ ବୃଦ୍ଧି କାରଣରୁ ରାଜକୋଷ ଉପରେ ବାର୍ଷିକ ୯,୪୪୮.୩୫ କୋଟି ଟଙ୍କାର ମିଶ୍ରିତ ବୋଝ ପଡ଼ିବ । ଏହାଦ୍ୱାରା ପ୍ରାୟ ୪୯.୧୮ ଲକ୍ଷ କେନ୍ଦ୍ର ସରକାରୀ କର୍ମଚାରୀ ଏବଂ ୬୪.୮୯ ଲକ୍ଷ ପେନ୍‌ସନ୍‌ଭୋଗୀ ଉପକୃତ ହେବେ ।

Leave A Reply

Your email address will not be published.