୨୨ରୁ ପ୍ରବଳ ବର୍ଷା : ୧୪ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି

ଭୁବନେଶ୍ୱର : ଆଣ୍ଡାମାନ ସାଗରରେ ସୃଷ୍ଟି ହୋଇପାରେ ଘୂର୍ଣ୍ଣିବଳୟ । ଏହା ପୂର୍ବରୁ ଆଜି ରାଜ୍ୟର କିଛି ଅଞ୍ଚଳରେ ବର୍ଷା ସମ୍ଭାବନା ରହିଛି । ଘଡ଼ଘଡ଼ି ସହ ବର୍ଷା ନେଇ ରାଜ୍ୟର ୧୪ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ସମ୍ବଲପୁର, ଝାରସୁଗୁଡ଼ା, ଦେବଗଡ଼, କେନ୍ଦୁଝର ଏବଂ ସୁନ୍ଦରଗଡ଼ ଜିଲ୍ଲାରେ ଆଗାମୀ ୩ ଘଣ୍ଟା ମଧ୍ୟରେ ଘଡ଼ଘଡ଼ି ସହ ବର୍ଷା ନେଇ ୱାର୍ଣ୍ଣିଂ ଜାରି ହୋଇଛି । ଘୂର୍ଣ୍ଣିବଳୟ ପ୍ରଭାବରେ କେନ୍ଦ୍ରୀୟ ବଙ୍ଗୋପସାଗରରେ ୨୨ ତାରିଖ ବେଳକୁ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବ । କ୍ରମେ ଏହା ଉତ୍ତର ପଶ୍ଚିମ ଦିଗରେ ଗତି କରି ଆହୁରି ତୀବ୍ର ବା ଘନୀଭୂତ ହେବ । ଏହାର ପ୍ରଭାବରେ ଆସନ୍ତା ୨୩ ତାରିଖରୁ ୩ ଦିନ ଯାଏଁ ରାଜ୍ୟରେ ପ୍ରବଳ ବର୍ଷା ସମ୍ଭାବନା ରହିଛି ।

Leave A Reply

Your email address will not be published.