ପଦ୍ମପୁର ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ବ୍ଲକସ୍ତରୀୟ ଆନ୍ତର୍ଜାତୀୟ ବାଳିକା ଦିବସ ପାଳିତ

ପଦ୍ମପୁର, (ନିରୋଜ କୁମାର ପାଣୀ) : ପଦ୍ମପୁର ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ବ୍ଲକସ୍ତରୀୟ ଆନ୍ତର୍ଜାତୀୟ ବାଳିକା ଦିବସ ପାଳିତ ହୋଇଯାଇଛି । ରଜ ବୋଡାସମ୍ବର୍ ବ୍ଲକର ଗୋଷ୍ଠୀ ଶିକ୍ଷା ଅଧିକାରୀ ଲୋକନାଥ ଭୋଇ ଏହି ସଭାରେ ସଭାପତିତ୍ୱ କରିଥିବା ବେଳେ ଅତିରିକ୍ତ ଗୋଷ୍ଠୀ ଶିକ୍ଷାଧିକାରୀ ଶିବ କୁମାର ଯୋଶୀ ଓ ରାମ ସିଂ ଭୋଇ ଅତିଥି ଭାବେ ଯୋଗଦାନ କରିଥିଲେ । ଉକ୍ତ ଅବସରରେ ଅନୁଷ୍ଠିତ ବିଭିନ୍ନ ପ୍ରତିଯୋଗିତା ପାଇଁ ବିଚାରକ ଭାବେ ଶିକ୍ଷକ ବୃନ୍ଦାବନ ଦାସ, ଅବସରପ୍ରାପ୍ତ ବିଜ୍ଞାନ ଶିକ୍ଷକ ଜିବନାନନ୍ଦ ସାହୁ, ଶିକ୍ଷକ ଗୋବିନ୍ଦ ସାହୁ, ସିଆର୍‌ସିସି ନେତ୍ରାନନ୍ଦ ସାହୁ ଓ ସଞ୍ଜୀବ ବାରିକ ପ୍ରମୁଖ ଯୋଗ ଦେଇଥିଲେ । ବିଦ୍ୟାଳୟର ବିଜ୍ଞାନ ଶିକ୍ଷକ ମାନସ ରଞ୍ଜନ ଶତପଥୀ ସଭା ପରିଚାଳନା କରିଥିଲେ । କୃତି ପ୍ରତିଯୋଗୀ ମାନେ ଆସନ୍ତା ୨୩ ତାରିଖରେ ଜିଲ୍ଲା ସ୍ତରରେ ଅଂଶଗ୍ରହଣ କରିବେ ।

Leave A Reply

Your email address will not be published.