oom

ଭଞ୍ଜନଗର ଉପ ଜିଲ୍ଲାପାଳଙ୍କ ସମ୍ମିଳନୀ କକ୍ଷରେ ଗଞ୍ଜାମ ଜିଲ୍ଲାପାଳଙ୍କ ମିଳିତ ଅଭିଯୋଗ ଶୁଣାଣି

jsmm

ବ୍ରହ୍ମପୁର, (କେ.ସତ୍ୟନାରାୟଣ ରେଡ୍ଡୀ) : ଭଞ୍ଜନଗର ଉପଖଣ୍ଡସ୍ତରୀୟ ଦିବ୍ୟାଙ୍ଗ ଓ ସାଧାରଣ ଜନତାଙ୍କ ସମାଧାନ ନିମନ୍ତେ ସୋମବାର ଜିଲ୍ଲାପାଳଙ୍କ ମିଳିତ ଅଭିଯୋଗ ଶୁଣାଣି ଅନୁଷ୍ଠିତ ହୋଇଯାଇଛି । ଗଞ୍ଜାମ ଜିଲ୍ଲାପାଳ ଦିବ୍ୟଜ୍ୟୋତି ପରିଡା ଓ ଗଞ୍ଜାମ ଆରକ୍ଷୀ ଅଧିକ୍ଷକ ଶୁଭେନ୍ଦୁ କୁମାର ପାତ୍ର ଏହି ଅଭିଯୋଗ ଶୁଣାଣିରେ ସମୁଦାୟ ୧୯୫ ଟି ଅଭିଯୋଗ ପତ୍ର ଗ୍ରହଣ କରିଥିଲେ । ବ୍ୟକ୍ତିଗତ ଅଭିଯୋଗ ୧୭୯ ଟି ଥିବା ବେଳେ, ଗ୍ରାମୀୟ ଅଭିଯୋଗ ୧୬ଟି ଥିଲା । ଜିଲ୍ଲାପାଳ ତ୍ୱରିତ ୮ ଟି ଅଭିଯାଗର ଫଇସଲା କରିଥିଲେ। ଅଭିଯାଗ ସମୟରେ ଜିଲ୍ଲାପାଳ, ରେଡକର୍ସ ପାଣ୍ଠିରୁ ଟଙ୍କା ପ୍ରଦାନ କରିଥିଲେ । ଗ୍ରହଣ କରିଥିବା ଆବେଦନ ଗୁଡିକର ଶୁଣାଣି କରି ସମ୍ପୃକ୍ତ ବିଭାଗୀୟ ଅଧିକାରୀମାନଙ୍କୁ ପ୍ରେରଣ କରାଯାଇ ତୁରନ୍ତ ସମାଧାନ କରିବା ଦିଗରେ ଜିଲ୍ଲାପାଳ ନିର୍ଦେଶ ପ୍ରଦାନ କରିଥିଲେ । ଏହି ଅଭିଯୋଗ ଶୁଣାଣି ସମୟରେ ଭଞ୍ଜନଗର ଉପ ଜିଲ୍ଲାପାଳ ଅନିଲ କୁମାର ସେଠୀ, ଭଞ୍ଜନଗର ଅତରିକ୍ତ ଉପ ଜିଲ୍ଲାପାଳ ବିଶ୍ଵରଂଜନ କର, ଭଞ୍ଜନଗର ଏସ.ଡ଼ି.ପି.ଓ. ସୁଜିତ କୁମାର ନାୟକ, ଦକ୍ଷିଣ ବନଖଣ୍ଡ ଅଧିକାରୀ ବିନୋଦ ଆଚାର୍ଯ୍ୟ, ଉତ୍ତର ବନଖଣ୍ଡ ଅଧିକାରୀ ହିମାଂଶୁ ଶେଖର ମହାନ୍ତି, ଜିଲ୍ଲା ଶିକ୍ଷା ଅଧିକାରୀ ଶ୍ରୀମତୀ ଅମିତା ପଟ୍ଟନାଏକ, ଉପଖଣ୍ଡ ସ୍ୱାସ୍ଥ୍ୟ ଅଧିକାରୀ ଡାକ୍ତର ସୀତାଂଶୁ ଶେଖର ଶତପଥୀ, ଭଞ୍ଜନଗର ବି.ଡି.ଓ. ମନ୍ମଥ କୁମାର ନାୟକ, ତହସିଲଦାର ଉମାଶଙ୍କର ବେହେରା, ସହାୟକ ଜିଲ୍ଲାପାଳ ରାମଚନ୍ଦ୍ର ମହାପାତ୍ର, ଭଞ୍ଜନଗର ଥାନା ଅଧିକାରୀ କୁମାର ମୁଦୁଲି, ଅତିରିକ୍ତ ଯୋଗାଣ ଅଧିକାରୀ ଅସିତ କୁମାର ମହାନ୍ତି, ସାମାଜିକ ସୁରକ୍ଷା ଅଧିକାରୀ ଏ.ସି.ଓ. ଶବର, ଭଞ୍ଜନଗର ଉପଖଣ୍ଡ ସୂଚନା ଲୋକ ସମ୍ପର୍କ ଅଧିକାରୀ ଗୌରୀ ଶଙ୍କର ଶତପଥୀ ଏବଂ ପ୍ରତ୍ୟେକ ବିଭାଗର ଅଧିକାରୀଗଣ, ଜିଲ୍ଲାପାଳ ଓ ଆରକ୍ଷୀ ଅଧୀକ୍ଷକଙ୍କ ଯୁଗ୍ମ ଅଭିଯୋଗ ଶୁଣାଣିରେ ଉପସ୍ଥିତ ରହି ସକ୍ରୀୟ ସହଯୋଗ କରିଥିଲେ ।

jittmm
Leave A Reply

Your email address will not be published.