ବ୍ଲକସ୍ତରୀୟ ଶିଶୁ ମହୋତ୍ସବ ସୁରଭି କାର୍ଯ୍ୟକ୍ରମ ଅନୁଷ୍ଠିତ

ପଦ୍ମପୁର, (ନିରୋଜ କୁମାର ପାଣୀ) : ପଦ୍ମପୁର ଉପଖଣ୍ଡ ପାଇକମାଲ ବ୍ଲକ ଅନ୍ତର୍ଭୁକ୍ତ ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ଡୁମ୍ବେରବାହାଲ ଠାରେ ବ୍ଲକସ୍ତରୀୟ ଶିଶୁ ମହୋତ୍ସବ ସୁରଭି-୨୦୨୪ କାର୍ଯ୍ୟକ୍ରମ ଗତ ମଙ୍ଗଳବାର ଅନୁଷ୍ଠିତ ହୋଇଯାଇଛି । ଏହି କାର୍ଯ୍ୟକ୍ରମରେ ଆୟୋଜିତ ହୋଇଥିବା ବିଭିନ୍ନ ପ୍ରତିଯୋଗିତାରେ ବିନ୍ଧ୍ୟବାସିନୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ପାଇକମାଲର ଛାତ୍ରଛାତ୍ରୀ ଅଂଶଗ୍ରହଣ କରି କୃତିତ୍ୱ ଅର୍ଜନ କରିଛନ୍ତି । ସଙ୍ଗୀତରେ ଟିନା ପ୍ରଧାନ, ସୃଜନଶୀଳ ଲିଖନରେ ପ୍ରମୋଦିନି ପ୍ରଧାନ, ପ୍ରବନ୍ଧ ଲିଖନରେ ରୋଜି ସା, ଚିତ୍ରାଙ୍କନରେ ମିନତୀ ଗୀଙ୍ଗିରା ପ୍ରଥମ ସ୍ଥାନ ଅଧିକାର କରିଛନ୍ତି । କୁଇଜ୍‌ରେ ପ୍ରମୋଦ ବରିହା, ବିତର୍କରେ ଆଫ୍ରିନ୍ ବାନୋ ଦ୍ୱିତୀୟ ସ୍ଥାନ ଅଧିକାର କରିଥିବା ବେଳେ ବକୃତାରେ ରିତା ମାଝି ତୃତୀୟ ସ୍ଥାନ ଅଧିକାର କରିଛନ୍ତି । ଏଥିରେ ଲାଇବ୍ରେରିଆନ୍‌ ପ୍ରଶାନ୍ତ କୁମାର ସାହୁ, ଅଧ୍ୟାପିକା ଶିବାନୀ ସାହୁ ଓ ସବିତା ଭୋଇ ସହଯୋଗ କରିଥିଲେ । ପ୍ରଥମ ସ୍ଥାନ ଅଧିକାର କରିଥିବା ଛାତ୍ରଛତ୍ରୀ ମାନେ ଜିଲ୍ଲାସ୍ତରୀୟ ପ୍ରତିଯୋଗିତାରେ ଅଂଶ ଗ୍ରହଣ କରିବା ପାଇଁ ମନୋନୀତ ହୋଇଛନ୍ତି । ଅନୁଷ୍ଠାନର ଅଧ୍ୟକ୍ଷ ଶ୍ୟାମଲାଲ ପ୍ରଧାନ ଓ ସମସ୍ତ ଅଧ୍ୟାପକ, ଅଧ୍ୟାପିକା କୃତିତ୍ୱ ଅର୍ଜନ କରିଥିବା ଛାତ୍ରଛତ୍ରୀଙ୍କ ଉତ୍ତରୋତ୍ତର ଉନ୍ନତି କାମନା କରିଛନ୍ତି ।

Leave A Reply

Your email address will not be published.