ବ୍ଲକସ୍ତରୀୟ ବିଜ୍ଞାନ ମେଳାର ପ୍ରସ୍ତୁତି ବୈଠକ

ପଦ୍ମପୁର, (ନିରୋଜ କୁମାର ପାଣୀ) : ସ୍ଥାନୀୟ ରାଜବୋଡ଼ାସମ୍ବର୍ ଉଚ୍ଚ ବିଦ୍ୟାଳୟ ପରିସର ମଧ୍ୟରେ ବ୍ଲକସ୍ତରୀୟ ବିଜ୍ଞାନ ମେଳାର ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି । ବ୍ଲକ ଶିକ୍ଷା ଅଧିକାରୀ ଲୋକନାଥ ଭୋଇଙ୍କ ସଭାପତିତ୍ୱରେ ଅନୁଷ୍ଠିତ ଏହି ବୈଠକରେ ଏବିଇଓ ଶିବପ୍ରସାଦ ଯୋଶୀ, ରାମସିଂ ଭୋଇ, ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟର ପ୍ରଧାନ ଶିକ୍ଷକ ଗୋପାଳଜୀ ପ୍ରସାଦ ପାଣିଗ୍ରାହୀ, ଜମରତଲା ଉଚ୍ଚ ବିଦ୍ୟାଳୟର ପ୍ରଧାନଶିକ୍ଷକ ରାଜେଶ ଖମାରୀ ଓ ଜମଲା ଉଚ୍ଚବିଦ୍ୟାଳୟର ପ୍ରଧାନ ଶିକ୍ଷକ ଜିତେନ୍ଦ୍ର କୁମାର ପଣ୍ଡା ମଞ୍ଚାସୀନ ଥିଲେ । ଗଣେଶ ଓ ମାଁ ସରସ୍ୱତୀଙ୍କ ଫଟୋଚିତ୍ରରେ ପୁଷ୍ପମାଲ୍ୟ ଅର୍ପଣ ପୂର୍ବକ ଦୀପ ପ୍ରଜ୍ଜ୍ୱଳନ କରି ସଭାକାର୍ଯ୍ୟ ଆରମ୍ଭ ହୋଇଥିଲା । ରାଜବୋଡ଼ାସମ୍ବର ବ୍ଲକ ଅନ୍ତର୍ଗତ ସମସ୍ତ ସ୍କୁଲରୁ ପ୍ରତିନିଧିତ୍ଵ କରିଥିବା ଶିକ୍ଷକ ମାନଙ୍କ ସହ ଆଲୋଚନା ପୂର୍ବକ ସ୍ଥାନ ଟାଲନୋଡାଲ ୟୁ. ଜି. ୟୁ. ପି. ସ୍କୁଲଠାରେ ଓ ଆସନ୍ତା ନଭେମ୍ବର ୧୩ରେ କରାଯିବା ପାଇଁ ସ୍ଥିର କରାଗଲା । ଏହି ସଭାରେ ବିଜ୍ଞାନମେଳାର ସୁପରିଚାଳନା ନିମନ୍ତେ ବିଭିନ୍ନ କମିଟି ଗଠନ କରାଗଲା । ବରିଷ୍ଠ ବିଜ୍ଞାନ ଶିକ୍ଷକ ମାନସ ରଞ୍ଜନ ଶତପଥୀ କାର୍ଯ୍ୟକ୍ରମଟିର ସଂଯୋଜନା କରିଥିବା ବେଳେ ପ୍ରମୋଦ ନାଥ, ଅଭିଳାଷ ସାହୁ, ଜଗବନ୍ଧୁ ବାବୁ, ଟିକନୁ ସାହୁ ଓ ସୁଶାନ୍ତ ଯୋଶୀ ପ୍ରମୁଖ ସହଯୋଗ କରିଥିଲେ । ପରିଶେଷରେ ରାମସିଂ ଭୋଇ ଧନ୍ୟବାଦ ଅର୍ପଣ କରିଥିଲେ ।

Leave A Reply

Your email address will not be published.