ରାଷ୍ଟ୍ରପତି ଭବନରେ କୋଣାର୍କ ଚକର ପ୍ରତିକୃତି

ଭୁବନେଶ୍ୱର, (ପିଆଇବି) : ରାଷ୍ଟ୍ରପତି ଭବନ ସାଂସ୍କୃତିକ କେନ୍ଦ୍ର ଓ ଅମୃତ ଉଦ୍ୟାନରେ ବାଲୁକା ପଥରରେ ନିର୍ମିତ କୋଣାର୍କ ଚକର ୪ଟି ପ୍ରତିକୃତି ସ୍ଥାପନ କରାଯାଇଛି । ପର୍ଯ୍ୟଟକଙ୍କ ମଧ୍ୟରେ ଦେଶର ସମୃଦ୍ଧ ଐତିହ୍ୟକୁ ପ୍ରଦର୍ଶିତ ଓ ପ୍ରୋତ୍ସାହିତ କରିବା ଲକ୍ଷ୍ୟରେ କୋଣାର୍କ ଚକ ସ୍ଥାପନ ରଖାଯାଇଛି । ରାଷ୍ଟ୍ରପତି ଭବନରେ ପାରମ୍ପରିକ ସାଂସ୍କୃତିକ ଓ ଐତିହାସିକ ଉପାଦାନକୁ ସାମିଲ କରିବା ପାଇଁ ନିଆଯାଇଥିବା ବିଭିନ୍ନ ପଦକ୍ଷେପର ଏହା ହେଉଛି ଗୋଟିଏ ଅଂଶବିଶେଷ । ୟୁନେସ୍କୋ ବିଶ୍ୱ ଐତିହ୍ୟ ସ୍ଥଳ ମାନ୍ୟତା ପାଇଥିବା କୋଣାର୍କ ସୂର୍ଯ୍ୟ ମନ୍ଦିର ଓଡ଼ିଶାର ମନ୍ଦିର ସ୍ଥାପତ୍ୟର ଏକ ଉତ୍କୃଷ୍ଟ ନମୁନା । ସୂର୍ଯ୍ୟ ଦେବତାଙ୍କୁ ନେଇ ଯାଉଥିବା ଏକ ବିରାଟ ରଥ ଆକାରରେ ଏହା ନିର୍ମିତ ହୋଇଥିଲା । କୋଣାର୍କ ଚକ ଭାରତର ସାଂସ୍କୃତିକ ଐତିହ୍ୟର ପ୍ରତୀକ ।

Leave A Reply

Your email address will not be published.