csstore

୧୦ ହଜାର ଟଙ୍କା ଲାଞ୍ଚ ନେଲା ବେଳେ ଭିଜିଲାନ୍ସ ଜାଲରେ କନିଷ୍ଠ ଯନ୍ତ୍ରୀ

ବ୍ରହ୍ମପୁର, (କେ.ସତ୍ୟନାରାୟଣ ରେଡ୍ଡୀ) : କନ୍ଧମାଳ ଜିଲ୍ଲା ଅନ୍ତର୍ଗତ ଫିରିଙ୍ଗିଆ ବ୍ଲକରେ କାର୍ଯ୍ୟରତ କନିଷ୍ଠ ଯନ୍ତ୍ରୀ ଅଶୋକ ପାଢ଼ୀ ଭିଜିଲାନ୍ସ ଦ୍ୱାରା ଗିରଫ ହୋଇଛନ୍ତି । ସୂଚନା ଯୋଗ୍ୟ ଯେ, ଏକ ସରକାରୀ କ୍ଵାଟର ମରାମତି କାର୍ଯ୍ୟର ଫାଇନାଲ ବିଲ କରାଇ ଦେବା ପାଇଁ ଠିକାଦାରଙ୍କ ଠାରୁ ୧୦ ହଜାର ଟଙ୍କା ଲାଞ୍ଚ ଗ୍ରହଣ କରୁଥିବା ସମୟରେ ଭିଜିଲାନ୍ସ ଟିମର ପୂର୍ବ ପ୍ରସ୍ତୁତି ପ୍ରକାରେ କନିଷ୍ଠ ଯନ୍ତ୍ରୀ ଅଶୋକ ପାଢ଼ୀଙ୍କୁ ଗରିଫ କରିଛନ୍ତି । ଅଶୋକ ପାଢ଼ୀଙ୍କୁ ଗିରଫ କରିବା ସହିତ ତାଙ୍କର ୨ଟି ସ୍ଥାନରେ ଚଢ଼ାଉ କରାଯାଇଥିବା ସୂଚନା ମିଳିଛି । ବର୍ତ୍ତମାନ କଂନିଷ୍ଠ ଯନ୍ତ୍ରୀଙ୍କ ବିରୁଦ୍ଧରେ ଭିଜିଲାନ୍ସ ଦୁର୍ନୀତିରେ ଜଡିତ ଅପରାଧିକ ମାମଲା ରୁଜୁ କରି ଅଶୋକ ପାଢୀଙ୍କୁ କୋର୍ଟ ଚାଲାଣ କରାଯାଇଥିବା ଜଣାପଡିଛି ।

jayashree
Leave A Reply

Your email address will not be published.