oom

ଶିଶୁ ପ୍ରତିଭା ଅନ୍ୱେଷଣ କାର୍ଯ୍ୟକ୍ରମ ଅନୁଷ୍ଠିତ

jsmm

କଳାହାଣ୍ଡି, (ଶୁଭେନ୍ଦୁ କୁମାର ପଣ୍ଡା) : କଳାହାଣ୍ଡି ଜିଲ୍ଲା କଲମପୁର ବେଲପଡା ପ୍ରାଥମିକ ବିଦ୍ୟାଳୟ ପରିସରରେ ଶିଶୁ ଦିବସ ଅବସରରେ ଶିଶୁ ପ୍ରତିଭା ଅନ୍ୱେଷଣ କାର୍ଯ୍ୟକ୍ରମ ଧୁମ୍‌ଧାମ୍‌ରେ ପାଳନ କରାଯାଇଛି । ବେଲପଡା ବିଦ୍ୟାଳୟର ଛାତ୍ରୀ ମାନେ ସ୍ୱାଗତ ସଙ୍ଗୀତ ଗାନ କରିଥିଲେ । ବିଦ୍ୟାଳୟର ପ୍ରଧାନ ଶିକ୍ଷୟିତ୍ରୀ ସଂଯୁକ୍ତା ମୁଣ୍ଡଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ କାର୍ଯ୍ୟକ୍ରମରେ ଗୋଷ୍ଠୀ ସାଧନ କେନ୍ଦ୍ର ସଂଯୋଜକ ହେମନ୍ତ କୁମାର ପଣ୍ଡା ମୁଖ୍ୟ ଅତିଥି, ଆଞ୍ଚଳିକ ସାଧନ କେନ୍ଦ୍ର ସଂଯୋଜକ ନବଘନ ସାହୁ ମୁଖ୍ୟ ବକ୍ତା, ସିଆର୍‌ସିସି ମନୋଜ କୁମାର ମେହେର, ପ୍ରଧାନ ଶିକ୍ଷକ ସନ୍ତୋଷ ଚୌଧୁରୀ, ସନାତନ ଭଞ୍ଜ, ପରିଚାଳନା ସମିତି ସଭାପତି ଅଣାକାର ରଣା ପ୍ରମୁଖ ସମ୍ମାନିତ ଅତିଥି ଭାବେ ମଞ୍ଚାସୀନ ଥିଲେ । ଆୟୋଜକ ଵିଦ୍ୟାଳୟର ପ୍ରଧାନ ଶିକ୍ଷୟିତ୍ରୀ ସଂଯୁକ୍ତା ମୁଣ୍ଡ ସ୍ୱାଗତ ଅଭିଭାଷଣ ପ୍ରଦାନ କରିଥିଲେ । ଅତିଥି ମାନେ ଶିଶୁ ମାନଙ୍କ ମଧ୍ୟରେ ଥିବା ପ୍ରତିଭାର ବିକାଶ କେମିତି ହେବ ଏବଂ ସେମାନେ ଆଗକୁ କେମିତି ବଢ଼ିପାରିବେ ସେ ସମ୍ପର୍କରେ ନିଜ ନିଜ ବକ୍ତବ୍ୟ ପ୍ରଦାନ କରିଥିଲେ । ଏହି କାର୍ଯ୍ୟକ୍ରମରେ କଲମପୁର କ୍ଲଷ୍ଟରର ସମସ୍ତ ପ୍ରାଥମିକ ଓ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ଛାତ୍ରଛାତ୍ରୀ ଏବଂ ଶିକ୍ଷକ, ଶିକ୍ଷୟିତ୍ରୀ ମାନେ ଯୋଗ ଦେଇଥିଲେ । ଶିଶୁ ମାନଙ୍କ ମଧ୍ୟରେ ବିଭିନ୍ନ ପ୍ରତିଯୋଗିତାର ଆୟୋଜନ କରାଯାଇଥିଲା । କୃତୀ ଛାତ୍ରଛାତ୍ରୀ ମାନଙ୍କୁ ଅତିଥି ମାନଙ୍କ ଦ୍ୱାରା ପୁରସ୍କାର ପ୍ରଦାନ କରାଯାଇଥିଲା । ବେଲପଡା ବିଦ୍ୟାଳୟର ଛାତ୍ରଛାତ୍ରୀ ମାନଙ୍କୁ ପୋଷାକ ବଣ୍ଟନ କରାଯାଇଥିଲା । ଏହି ଅବସରରେ ଏକ ପୂଜ୍ୟପୂଜାର ମଧ୍ୟ ବ୍ୟବସ୍ଥା କରାଯାଇଥିଲା । ଏହି କାର୍ଯ୍ୟକ୍ରମରେ ନେତାଜୀ ସଂଗଠନର କାର୍ଯ୍ୟକର୍ତ୍ତା ମାନେ ଉପସ୍ଥିତ ରହି ସହଯୋଗ କରିଥିଲେ ।

jittmm
Leave A Reply

Your email address will not be published.