jayashree

ପ୍ରଧାନମନ୍ତ୍ରୀଙ୍କୁ ‘ଗ୍ରାଣ୍ଡ କମାଣ୍ଡର ଅଫ୍ ଦ ଅର୍ଡର ଅଫ୍ ନାଇଜର’ ପ୍ରଦାନ

ନୂଆଦିଲ୍ଲୀ, (ପିଆଇବି) : ଷ୍ଟେଟ୍ ହାଉସରେ ଆୟୋଜିତ ଏକ ସମାରୋହରେ ନାଇଜେରିଆ ଫେଡେରାଲ ରିପବ୍ଲିକ୍‌ର ରାଷ୍ଟ୍ରପତି ମହାମହିମ ବୋଲା ଅହମ୍ମଦ ଟିନୁବୁ ଭାରତ-ନାଇଜେରିଆ ସମ୍ପର୍କକୁ ପ୍ରୋତ୍ସାହିତ କରିବାରେ ଉଲ୍ଲେଖନୀୟ ଅବଦାନ ପାଇଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କୁ ‘ଗ୍ରାଣ୍ଡ କମାଣ୍ଡର ଅଫ୍ ଦି ଅର୍ଡର ଅଫ୍ ନାଇଜର’ ଜାତୀୟ ପୁରସ୍କାର ପ୍ରଦାନ କରିଥିଲେ । ପୁରସ୍କାର ପ୍ରଶଂସାପତ୍ରରେ ଉଲ୍ଲେଖ କରାଯାଇଛି ଯେ ପ୍ରଧାନମନ୍ତ୍ରୀଙ୍କ ଦୂରଦର୍ଶୀ ନେତୃତ୍ୱରେ ଭାରତ ଏକ ବିଶ୍ୱ ଶକ୍ତି ଭାବରେ ଅବସ୍ଥାପିତ ହୋଇଛି ଏବଂ ତାଙ୍କ ପରିବର୍ତ୍ତନଶୀଳ ଶାସନ ସମସ୍ତଙ୍କ ପାଇଁ ଏକତା, ଶାନ୍ତି ଏବଂ ଅଂଶୀଦାର ସମୃଦ୍ଧିକୁ ପ୍ରୋତ୍ସାହିତ କରିଛି । ଏହି ପୁରସ୍କାର ଗ୍ରହଣ କରିବା ଅବସରରେ ପ୍ରଧାନମନ୍ତ୍ରୀ ଏହି ସମ୍ମାନକୁ ଭାରତବାସୀ ଏବଂ ଭାରତ ଓ ନାଇଜେରିଆ ମଧ୍ୟରେ ଥିବା ଦୀର୍ଘକାଳୀନ ଐତିହାସିକ ବନ୍ଧୁତାକୁ ଉତ୍ସର୍ଗ କରିଥିଲେ । ସେ ଆହୁରି ମଧ୍ୟ କହିଛନ୍ତି ଯେ ଏହି ସ୍ୱୀକୃତି ଦୁଇ ଦେଶ ମଧ୍ୟରେ ରଣନୈତିକ ଭାଗିଦାରୀ ଏବଂ ଗ୍ଲୋବାଲ୍ ସାଉଥର ଆକାଂକ୍ଷା ପ୍ରତି ସେମାନଙ୍କର ଅଂଶୀଦାର ପ୍ରତିବଦ୍ଧତାକୁ ଦର୍ଶାଏ । ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ହେଉଛନ୍ତି ପ୍ରଥମ ବିଦେଶୀ ନେତା ଯିଏ କି ୧୯୬୯ ପରେ ଏହି ପୁରସ୍କାରରେ ସମ୍ମାନିତ ହୋଇଛନ୍ତି ।

Leave A Reply

Your email address will not be published.