jayashree

ଭିଜିଲାନ୍ସ ଜାଲରେ ଜିଲ୍ଲା ଯୋଗାଣ ଓ ଖାଉଟି କଲ୍ୟାଣ ଅଧିକାରୀ

ସୋନପୁର, (କେପିଏନ୍‌ଏସ୍‌) : ଖାଦ୍ୟ ଯୋଗାଣ ଅଧିକାରୀଙ୍କ ଘରେ ଭିଜିଲାନ୍ସ ଚଢ଼ାଉ । ଆୟ ବହିର୍ଭୁତ ସମ୍ପତ୍ତି ଠୁଳ ଅଭିଯୋଗରେ ସୁବର୍ଣ୍ଣପୁର ଜିଲ୍ଲା ଯୋଗାଣ ଓ ଖାଉଟି କଲ୍ୟାଣ ଅଧିକାରୀ ସୁରେଶ ପାଣିଗ୍ରାହୀଙ୍କ ଘରେ ଭିଜିଲାନ୍ସ ପକ୍ଷରୁ ଚଢ଼ାଉ କରଯାଇଛି । ସୋନପୁର ସ୍ଥିତ ଭଡ଼ାଘରେ ଓ ଅଫିସ୍ କାର୍ଯ୍ୟାଳୟ ତଥା ପୈତୃକ ଘର ସମେତ ୧୧ଟି ସ୍ଥାନରେ ଭିଜିଲାନ୍ସ ବିଭାଗ ପକ୍ଷରୁ ଚଢ଼ାଉ କରାଯାଇଛି । ଭୁବନେଶ୍ୱର, ସମ୍ବଲପୁର, ବଲାଙ୍ଗିର, ସୋନପୁର ଓ ବରଗଡ଼ର ମୋଟ୍ ୧୧ଟି ସ୍ଥାନରେ ଏହି ରେଡ୍‌ କରାଯାଇଛି । ଚଢ଼ାଉରେ ୨ ଅତିରିକ୍ତ ଏସ୍‌ପି, ୩ ଜଣ ଡିଏସ୍‌ପି ସାମିଲ ଥିବାବେଳେ ୭ ଇନ୍ସପେକ୍ଟରଙ୍କ ସହ ଅନ୍ୟ ପୋଲିସ ଅଧିକାରୀ ସାମିଲ ଥିଲେ । ଏ ପର୍ଯ୍ୟନ୍ତ କେତେ ପରିମାଣର ସମ୍ପତ୍ତି ଜବତ କରାଯାଇଛି ସେନେଇ ସଠିକ୍‌ ସୂଚନା ମିଳିନଥିବା ବେଳେ ଚଢାଉ ଶେଷ ହେବା ପରେ ଭିଜିଲାନ୍ସ ପକ୍ଷରୁ ସମସ୍ତ ତଥ୍ୟ ଦିଆଯିବ ବୋଲି ସୂଚନା ମିଳିଛି ।

Leave A Reply

Your email address will not be published.