jayashree

ରାଣୀପୁର ଝରିଆଲ ଐତିହାସିକ ଯୋଗିନୀ ପୀଠରେ ସାମ୍ବାଦିକ ସଂଘ ବଙ୍ଗୋମୁଣ୍ଡାର ବୈଠକ

ବଙ୍ଗୋମୁଣ୍ଡା, (ଅର୍ଜୁନ କୁମାର ହଂସ) ବଲାଙ୍ଗିର ଜିଲ୍ଲା ବଙ୍ଗୋମୁଣ୍ଡା ବ୍ଲକର ଉପାନ୍ତ ଇଲାକାରେ ଥିବା ଐତିହାସିକ ଯୋଗିନୀ ପୀଠ ରାଣୀପୁର ଝରିଆଲ ଠାରେ ସାମ୍ବାଦିକ ସଂଘ ବଙ୍ଗୋମୁଣ୍ଡାର ଏକ ବୈଠକ ସଭାପତି ରଶ୍ମିରଞ୍ଜନ ପୁଟେଲଙ୍କ ସଭାପତିତ୍ୱରେ ଅନୁଷ୍ଠିତ ହୋଇଯାଇଛି । ପ୍ରଥମେ ସୋମେଶ୍ୱର ମହାଦେବଙ୍କୁ ପୂଜାର୍ଚ୍ଚନା କରାଯିବା ପରେ ସଭାକାର୍ଯ୍ୟ ଆରମ୍ଭ ହୋଇଥିଲା । ସଂଘର ସଭାପତି ରଶ୍ମିରଞ୍ଜନ ପୁଟେଲ ସ୍ୱାଗତ ଅଭିଭାଷଣ ପ୍ରଦାନ କରିଥିଲେ । ସମ୍ପାଦକ ହୁଲେଶ୍ୱର ହଂସ କାର୍ଯ୍ୟକ୍ରମ ସଂଯୋଜନା କରିଥିଲେ । କାର୍ଯ୍ୟକାରୀ ସଭାପତି ଅଶୋକ ନାରାୟଣ ଭୋଇ, ଉପସଭାପତି ଅନିଲ ତ୍ରିପାଠୀ, ଉପସଭାପତି ସୁଶାନ୍ତ ବେହେରା, ଉପଦେଷ୍ଟା ଅଶୋକ କୁମାର ଖମାରୀ, ରାଧେଶ୍ୟାମ ମେହେର, ନିତ୍ୟାନନ୍ଦ ପୃଷେଠ ଉପସ୍ଥିତ ଥିଲେ । ଆଗାମୀ ଦିନରେ ସଂଘର ବାର୍ଷିକ ଉତ୍ସବ ମହାସମାରୋହରେ ପାଳନ କରାଯିବ ବୋଲି ବୈଠକରେ ନିଷ୍ପତ୍ତି ନିଆଯାଇଛି । ବାରମ୍ବାର ଐତିହାସିକ ଯୋଗିନୀ ପୀଠ ରାଣୀପୁର ଝରିଆଲର ବିକାଶ ପାଇଁ ବିଭିନ୍ନ ଗଣମାଧ୍ୟମରେ ଖବର ପ୍ରସାରଣ କଲେ ମଧ୍ୟ କୌଣସି ପ୍ରକାର ପଦକ୍ଷେପ ନେଉ ନଥିବାରୁ ସାଧାରଣରେ ଅସନ୍ତୋଷ ପ୍ରକାଶ ପାଇଛି । ଐତିହାସିକ ଯୋଗିନୀ ପୀଠର ସାମଗ୍ରିକ ବିକାଶ ପାଇଁ ଗଣମାଧ୍ୟମ ପ୍ରତିନିଧିମାନେ ଏକଜୁଟ୍‌ ହୋଇ ଖବର ପ୍ରସାରଣ କରାଯିବ ବୋଲି ଆଲୋଚନା ହୋଇଥିଲା । ଐତିହାସିକ ଯୋଗିନୀ ପୀଠ ରାଣୀପୁର ଝରିଆଲରେ ପ୍ରତ୍ନତାତ୍ତ୍ୱିକ ବିଭାଗର ଅବହେଳା ଯୋଗୁଁ ପର୍ଯ୍ୟଟକ ମାନେ ବହୁ ଅସୁବିଧାର ସମ୍ମୁଖୀନ ହେଉଛନ୍ତି । ଯାତ୍ରୀ ମାନଙ୍କ ପାଇଁ କୌଣସି ବ୍ୟବସ୍ଥା ନକରି ଯାନବାହାନ ଚାଳକଙ୍କୁ ଦୁର୍ବ୍ୟବହାର କରୁଥିବା ଅଭିଯୋଗ ହେଉଛି । ଗାଡି ମୋଟର ଛଡ଼ା ଯାଉ ନାହିଁ । ସିକ୍ୟୁରିଟୀ ଗାର୍ଡ ମାନେ ଟଙ୍କା ଦେଲେ ଭିତରକୁ ଛାଡୁ ଥିବା ଅଭିଯୋଗ ହେଉଛି । ସରକାରଙ୍କ ପକ୍ଷରୁ ଅଣ ପଞ୍ଜିକୃତ ସାମ୍ବାଦିକ ମାନଙ୍କ ଦୌରାତ୍ମ୍ୟ ବଢୁ ଥିବାରୁ କ୍ଷୋଭ ପ୍ରକାଶ କରିଥିଲେ । ଏଥିରେ ସଂଘର ସମସ୍ତ ସଦସ୍ୟମାନେ ସାମିଲ ହୋଇଥିଲେ ।

Leave A Reply

Your email address will not be published.