jayashree

ସମ୍ବିଧାନ ଦିବସ ପଦଯାତ୍ରା- ମୋ ସମ୍ବିଧାନ ମୋ ଗୌରବ ପଦଯାତ୍ରା

ଭୁବନେଶ୍ୱର, (ପିଆଇବି) : ସମ୍ବିଧାନ ଦିବସ ଅବସରରେ ଓଡ଼ିଶା ସରକାର ଏବଂ ଭାରତ ସରକାରଙ୍କ ଯୁବ ବ୍ୟାପାର ଓ କ୍ରୀଡ଼ା ମନ୍ତ୍ରଣାଳୟର ମାଇଁ ଭାରତ (ଏନ୍‌ୱାଇକେଏସ୍‌ ଓ ଏନ୍‌ଏସ୍‌ଏସ୍‌) ପକ୍ଷରୁ ଭୁବନେଶ୍ୱର ଏଜି ଛକରେ ‘ସମ୍ବିଧାନ ଦିବସ ପଦଯାତ୍ରା’ ଅନୁଷ୍ଠିତ ହୋଇଯାଇଛି । ଏଥିରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ, ଯୁବ ସେବା ଓ କ୍ରୀଡ଼ା, ଉଚ୍ଚଶିକ୍ଷା ଓ ସଂସ୍କୃତି ମନ୍ତ୍ରୀ ସୂର୍ଯ୍ୟବଂଶୀ ସୁରଜ, ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ, ସଂସଦୀୟ ବ୍ୟାପାର, ଇଲେକ୍ଟ୍ରୋନିକ୍ସ ଏବଂ ସୂଚନା ପ୍ରଯୁକ୍ତି ବିଦ୍ୟା ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ ସମବାୟ, ହସ୍ତତନ୍ତ, ବୟନ ଓ ହସ୍ତଶିଳ୍ପ ମନ୍ତ୍ରୀ, ପ୍ରଦୀପ ବଳ ସାମନ୍ତ, ଜଙ୍ଗଲ, ପରିବେଶ ଓ ଜଳବାୟୁ ପରିବର୍ତ୍ତନ, ଶ୍ରମ ଏବଂ କର୍ମଚାରୀ ରାଜ୍ୟ ବୀମା ମନ୍ତ୍ରୀ ଗଣେଶ ରାମ ସିଂ ଖୁଣ୍ଟିଆ, ଆଇନ, ପୂର୍ତ୍ତ, ଅବକାରୀ ମନ୍ତ୍ରୀ, ପୃଥ୍ୱୀରାଜ ହରିଚନ୍ଦନ ବାଣିଜ୍ୟ ଓ ପରିବହନ, ଇସ୍ପାତ ଓ ଖଣି ମନ୍ତ୍ରୀ ବିଭୂତି ଭୂଷଣ ଜେନା, ଏନ୍‌ୱାଇକେଏସ୍‌ର ଆଞ୍ଚଳିକ ନିର୍ଦ୍ଦେଶକ ଶିବାଜୀ ଖରାଟ; ଏନ୍‌ଏସ୍‌ଏସ୍‌ର ଆଞ୍ଚଳିକ ନିର୍ଦ୍ଦେଶିକା ସରିତା ପଟେଲ ପ୍ରମୁଖ ଯୋଗ ଦେଇଥିଲେ । ଅତିଥିଙ୍କ ଦ୍ୱାରା ଡ. ବାବାସାହେବ ଆମ୍ବେଦକରଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ କରି ଏହି କାର୍ଯ୍ୟକ୍ରମ ଆରମ୍ଭ ହୋଇଥିଲା । ଏହି ଅବସରରେ ସମ୍ବିଧାନ ପ୍ରସ୍ତାବନା ପାଠ କରାଯାଇଥିଲା । ପଦଯାତ୍ରା ଏଜି ଛକଠାରୁ ଆରମ୍ଭ ହୋଇ କ୍ୟାପିଟାଲ ହସ୍ପିଟାଲ ପର୍ଯ୍ୟନ୍ତ ଯାଇଥିଲା । ପଦଯାତ୍ରାରେ ପାଖାପାଖି ୧୫୦୦ ଯୁବକ (ମାଇଁ ଭାରତ ସ୍ୱେଚ୍ଛାସେବୀ) ଉପସ୍ଥିତ ଥିଲେ । ମାଇଁ ଭାରତ ସ୍ୱେଚ୍ଛାସେବୀଙ୍କ ଦ୍ୱାରା ପଥପ୍ରାନ୍ତ ନାଟକ ଓ ବିଭିନ୍ନ ସାଂସ୍କୃତିକ କାର୍ଯ୍ୟକ୍ରମ ପରିବେଷଣ ସମାରୋହକୁ ଜୀବନ୍ତ କରିଥିଲା ।

Leave A Reply

Your email address will not be published.