oom

ଆଜି ଠାରୁ ଜିଲ୍ଲାରେ ଖରିଫ ଧାନ କିଣା ଆରମ୍ଭ

jsmm

ବଲାଙ୍ଗିର, (କେପିଏନ୍‌ଏସ୍‌) : ବଲାଙ୍ଗିର ଜିଲ୍ଲାରେ ଖରିଫ ୨୦୨୪-୨୫ ବର୍ଷ ପାଇଁ ଜିଲ୍ଲା ସ୍ତରୀୟ ଧାନ କ୍ରୟ କମିଟିର ନିଷ୍ପତ୍ତି ଅନୁସାରେ ଆଜି ଠାରୁ ଖରିଫ ଧାନ କିଣା ଆରମ୍ଭ କରାଯାଇଛି । ଜିଲ୍ଲାପାଳ ଗୌରବ ଶିବାଜୀ ଇସଲୱାର ଆଜି ଆର୍‌ଏମ୍‌ସି ପାଟଣାଗଡର ମଣ୍ଡଳ ମାର୍କେଟ ୟାର୍ଡରେ ଧାନ କିଣାର ଶୁଭାରମ୍ଭ କରିଛନ୍ତି । ବଲାଙ୍ଗିର ଜିଲ୍ଲାରେ ଆଜିଠାରୁ ପର୍ଯ୍ୟାୟକ୍ରମେ ୯୫,୦୮୭ ପଞ୍ଜୀକୃତ ଚାଷୀ ମାନଙ୍କ ଠାରୁ ୧୭୬ ଗୋଟି ମଣ୍ଡି ମାଧ୍ୟମରେ (୧୫୮ ପେକ୍ସ ଏବଂ ୧୮ ଏସ୍‌ଏଚ୍‌ଜି ) ୩୪,୦୯,୦୭୩ କ୍ଵିଣ୍ଟାଲ ଧାନ ସଂଗ୍ରହ କରାଯିବା ପାଇଁ ଲକ୍ଷ୍ୟ ଧାର୍ଯ୍ୟ କରାଯାଇଛି । ଚଳିତ ବର୍ଷ ଧାନର ସର୍ବନିମ୍ନ ସହାୟକ ମୂଲ୍ୟ ପ୍ରତି କ୍ଵିଣ୍ଟାଲ ପିଛା ୨୩୦୦/- ଟଙ୍କା ଏବଂ ଗ୍ରେଡ-ଏ ମୂଲ୍ୟ ପ୍ରତି କ୍ଵିଣ୍ଟାଲ ୨୩୨୦/- ଟଙ୍କା ରଖାଯାଇଛି । ଏହାବାଦ ରାଜ୍ୟ ସରକାରଙ୍କ ନିଷ୍ପତ୍ତି ଅନୁଯାୟୀ ସର୍ବନିମ୍ନ ସହାୟକ ମୂଲ୍ୟ ସମେତ ୮୦୦ ଟଙ୍କାର ଅତିରିକ୍ତ ଇନପୁଟ ଆସିଷ୍ଟାନ୍ସ ମଧ୍ୟ ଦିଆଯିବ । ଆଜିର ଧାନ କିଣା ଶୁଭାରମ୍ଭ କାର୍ଯ୍ୟକ୍ରମ ଆରକ୍ଷୀ ଅଧିକ୍ଷକ ଋଷିକେଶ ଖିଲାରୀ, ଅତିରିକ୍ତ ଜିଲ୍ଲାପାଳ ଡ଼ ବିଜୟାନନ୍ଦ ସେଠୀ, ଜିଲ୍ଲା ମୁଖ୍ୟ ଯୋଗାଣ ଅଧିକାରୀ ବେଣୁଧର ପାଣିଗ୍ରାହୀ, ସମବାୟ ସମିତି ଉପ ନିବନ୍ଧକ ପ୍ରମୋଦ ବରିହାଙ୍କ ସମେତ ସମବାୟ, ନିୟନ୍ତ୍ରିତ ବଜାର କମିଟି, ପ୍ରାଥମିକ କୃଷି ସମବାୟ ସମିତି (ପେକ୍ସ )ର ଅଧିକାରୀ ଓ କର୍ମଚାରୀ ଏବଂ ଚାଷୀମାନେ ଉପସ୍ଥିତ ଥିଲେ ।

jittmm
Leave A Reply

Your email address will not be published.